ଅସୁସ୍ଥ ଥିବା ଓଡ଼ିଆ ସିନେ ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି କିଛି ସମୟ ପୂର୍ବରୁ ଭୁବନେଶ୍ବରରେ ପହଞ୍ଚିଥିବାର ସୂଚନା ମିଳିଛି। ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯିବ ବୋଲି ଜଣାଯାଇଛି। ଗତକାଲି ସେ ହାଇଦ୍ରାବାଦରୁ ସ୍ୱତନ୍ତ୍ର ଆମ୍ବୁଲାନ୍ସ ଯୋଗେ ଓଡିଶା ବାହାରିଥିଲେ। ସେ କିଛିଦିନ ପୂର୍ବରୁ ଗୁରୁତର ଅସୁସ୍ଥ ହୋଇ ହାଇଦ୍ରାବାଦରେ ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ | ଚିକିତ୍ସିତ ହେବାର ୧୫ଦିନ ପରେ ପରିବାର ସହ ସେ ଓଡ଼ିଶାକୁ ଫେରିବେ ବୋଲି ସୂଚନା ମିଳିଥିଲା। ତେବେ ଘରକୁ ନୁହେଁ, ବରଂ ଭୁବନେଶ୍ବରରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପୂର୍ବବତ ଚିକିତ୍ସା ଚାଲୁ ରହିବ।
