ମାଡ଼ି ଚାଲିଛି କରୋନା । ସ୍ଥିତି ହେଉଛି ବେକାବୁ । ଏହାକୁ ନେଇ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି କୋଭିଡ ପରିଚାଳନା ‘ମୋ ସରକାର’ରେ ସାମିଲ ହେବ । ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା ପରେ ଏହି ନିଷ୍ପତ୍ତି ନିଆଯାଇଛି । କୋଭିଡ ପରିଚାଳନାକୁ ଅଧିକ ଉତ୍ତରଦାୟୀ କରିବା ପାଇଁ ଏହି ପଦକ୍ଷେପ ନିଆଯାଇଛି । ଏହି ଅବସରରେ ରୋଗୀ ଓ କୋଭିଡ ଯୋଦ୍ଧାଙ୍କ ସହ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନକୁ ନିଦେ୍ର୍ଧଶ ଦେଇଛନ୍ତି । ଫିଡବ୍ୟାକ ସଂଗ୍ରହ ପାଇଁ ଜିଲ୍ଲା କୋଭିଡ ପର୍ଯ୍ୟବେକ୍ଷକ ଓ ବରିଷ୍ଠ ଅଧିକାରୀଙ୍କୁ ନିଦେ୍ର୍ଧଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ମଧ୍ୟ ଫିଡବ୍ୟାକ ସଂଗ୍ରହ କରିପାରିବେ । ଫିଡବ୍ୟାକ ଦ୍ୱାରା ବ୍ୟବସ୍ଥାରେ ଉନ୍ନତି ଆସିବ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସଂକ୍ରମଣରୁ ବର୍ତ୍ତିବା ପାଇଁ କରୋନା ଯୋଦ୍ଧାଙ୍କୁ ତାଲିମ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏଥିସହ ମାସ୍କ ବ୍ୟବହାର ନକଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି ।
