ପୁଲିସଙ୍କୁ ଟାଟୁ ମନା, ନଲିଭାଇଲେ ଡିପାର୍ଟମେଣ୍ଟାଲ କାର୍ୟ୍ୟାନୁଷ୍ଠାନ

ପୁଲିସଙ୍କୁ ଟାଟୁ ମନା, ନଲିଭାଇଲେ ଡିପାର୍ଟମେଣ୍ଟାଲ କାର୍ୟ୍ୟାନୁଷ୍ଠାନ

ଭୁବନେଶ୍ବର: ଆଉ ଦେହରେ ଟାଟୁ କରିପାରିବେନି ପୁଲିସ ଅଧିକାରୀ । ଶରୀରରେ ଟାଟୁ କରିବା ଦ୍ୱାରା ଓଡ଼ିଶା ପୁଲିସର ସମ୍ମାନ ହାନି ହେଉଥିବାରୁ ଏଭଳି ନିର୍ଦ୍ଦେଶନାମା ଜାରି କରିଛି ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍। କମିଶନରେଟ ପୁଲିସର କୌଣସି ଅଧିକାରୀ ମୁହଁ, ବେକ କିମ୍ବା ହାତରେ ଟାଟୁ କରିପାରିବେ ନାହିଁ । ଯଦି କୌଣସି ପୁଲିସ ଅଧିକାରୀ ଟାଟୁ କରିଛନ୍ତି ତେବେ ୧୫ ଦିନ ମଧ୍ୟରେ ଏହାକୁ ଲିଭାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପୋଲିସ ୟୁନିଫର୍ମ ପିନ୍ଧିବା ପରେ ଯଦି ଟାଟୁ ଦେଖାଯାଉଥାଏ ତେବେ ଏହା ଗ୍ରହଣୀୟ ହେବ ନାହିଁ । ଟାଟୁ ନ ଲିଭାଇଲେ ଡିପାର୍ଟମେଣ୍ଟାଲ କାର୍ୟ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦିଆଯାଇଛି।