ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥ

ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥ

ମାସିକ ମାତ୍ର 2 ହଜାର ଟଙ୍କା ଦରମାରେ ଚାକିରୀ ଆରମ୍ଭ କରିଥିବା ଓବିସିସିର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥ 33 ବର୍ଷର ଚାକିରୀ ମଧ୍ୟରେ 40 କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଅର୍ଜନ କରି ଥିଲେ.

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ବା ଓବିସିସିର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି। ତାଙ୍କ ଠାରୁ ମୋଟ 40 କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ ହୋଇ ଥିବା ବେଳେ ମଙ୍ଗଳବାର ଅପରାହ୍ନରେ ଗିରଫ ପରେ ପ୍ରଦୀପ କୁମାର ରଥଙ୍କୁ କୋର୍ଟ ଚାଲାଣ କରିଛି ଭିଜିଲାନ୍ସ । ତାଙ୍କ ଘରୁ ଏକ କେଜିର ସୁନା ଅଳଙ୍କାର, ୩୦୦ ଗ୍ରାମ ରୁପା, ୧ କୋଟି ୩୮ ଲକ୍ଷ ଟଙ୍କାର ଜମା, 50 ଟି ପ୍ଲଟ୍ ସମେତ ମୂଲ୍ୟବାନ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଜବତ ହୋଇଛି। କଟକ ଭିଜିଲାନ୍ସ ଟିମ୍ ୧୨ଟି ସ୍ଥାନରେ ଚଢ଼ଉ କରି ଥିବା ବେଳେ ତାଙ୍କ ସମ୍ପତ୍ତି ପରିମାଣ ଆହୁରି ବୃଦ୍ଧି ପାଇବ ବୋଲି ଭିଜିଲାନ୍ସ ପକ୍ଷରୁ କୁହା ଯାଇଛି।  1991 ମସିହାରେ ମାସିକ ମାତ୍ର 2 ହଜାର ଟଙ୍କା ଦରମାରେ ଚାକିରୀ ଆରମ୍ଭ କରିଥିଲେ ପ୍ରଦୀପ କୁମାର ରଥ। 1999 ମସିହାରେ ସହକାରୀ ଯନ୍ତ୍ରୀ ଭାବେ ଚାକିରୀ ସ୍ଥାୟୀ ହେବା ପରେ ସେ ଢେଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଯାଜପୁର, ଭୁବନେଶ୍ୱର ଓ କଟକରେ କାର୍ଯ୍ୟ କରି ଥିଲେ । 2001 ପଦୋନତି ପାଇ 2022 ମସିହାରେ ଓବିସିସିର ମୁଖ୍ୟ ଯନ୍ତ୍ରୀ ଭାବେ କାର୍ଯ୍ୟ କରି ଆସୁଥିଲେ.