ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରିଛି କମିଶନରେଟ ପୁଲିସ
ଭୁବନେଶ୍ୱର: ଆସନ୍ତା ୨୫ ତାରିଖରେ ଓଡିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତିନିଦିନିଆ ଓଡିଶା ଗସ୍ତରେ ତାଙ୍କର ବିଭିନ୍ନ କାର୍ଯ୍ୟକ୍ରମ ରହିଛି। ୨୫ ତାରିଖରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ରାଜଭବନରେ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଛି। ୨୬ ତାରିଖରେ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ୨୭ ତାରିଖରେ ଭୁବନେଶ୍ୱର ତମାଣ୍ଡୋ ଦାସବାଟିଆରେ ପ୍ରଜାପିତା ବ୍ରହ୍ମ କୁମାରୀର ଡିଭାଇନ ଲାଇଟ ହାଉସର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ସହିତ ବାଲିଆପଡ଼ାରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ।
ରାଷ୍ଟ୍ରପତିଙ୍କ ଗସ୍ତ ନେଇ କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଅତିରିକ୍ତ ଡିସିପି ପିକେ ରାଉତ କହିଛନ୍ତି ଯେ ବ୍ଲୁ ବୁକ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରିଛି କମିଶନରେଟ ପୁଲିସ। ଏଥି ସହିତ ଟ୍ରାଫିକ ବ୍ୟବସ୍ଥାକୁ କଡାକଡି କରାଯାଇଛି। ଗସ୍ତ ସମୟରେ ରୁଟରେ ବ୍ଲକିଙ୍ଗ କରାଯିବ। ସାଙ୍ଗେ ସାଙ୍ଗେ ବ୍ଲକିଙ୍ଗ ହଟାଯିବ ଯେଭଳିକି ସାଧାରଣ ଲୋକ ସମସ୍ୟାର ସମ୍ମୁଖୀନ ହେବେ ନାହିଁ |




user1 