କମିବ ଏହିସବୁ ଜୀମିଷ ଦର ଦାମ୍

କମିବ ଏହିସବୁ ଜୀମିଷ ଦର ଦାମ୍

ଖୁସୀ ଦେଇଛି ମୋଦୀ ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ । ବଜେଟ ଉପସ୍ଥାପନ କରିଥିଲେ  ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ନିର୍ମଳା ତାଙ୍କ ବଜେଟ୍ ରେ ସୁନା ଓ ରୂପା ଉପରେ ସୀମା ଶୁଳ୍କ ୬ ପ୍ରତିଶତକୁ ହ୍ରାସ କରିଛନ୍ତି । ଯାହାଦ୍ବାରା ଏହା ଶସ୍ତା ହେବ।ନିର୍ମଳା ବଜେଟ୍ ଭାଷଣରେ କହିଛନ୍ତି । ଏହା ବ୍ୟତୀତ ସେ ପ୍ଲାଟିନମ ଉପରେ ସୀମା ଶୁଳ୍କ ୬.୪ପ୍ରତିଶତକୁ ହ୍ରାସ କରିବା ବିଷୟରେ ମଧ୍ୟ ସୂଚନା ଦେଇଥିଲେ । ସରକାରଙ୍କ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେବା ପରେ ସୁନା, ରୂପା ଏବଂ ପ୍ଲାଟିନମର ମୂଲ୍ୟ ହ୍ରାସ ପାଇବ।

ମୋବାଇଲ୍ ଫୋନ୍ ଏବଂ ଚାର୍ଜର୍ ଉପରେ ସୀମା ଶୁଳ୍କ ୧୫ପ୍ରତିଶତ ହ୍ରାସ କରାଯାଇଛି। ଏହି କାରଣରୁ, ବର୍ତ୍ତମାନ ମୋବାଇଲ୍ ଫୋନ୍ ପୂର୍ବ ଅପେକ୍ଷା ଶସ୍ତା ହେବ। ଏହା ବ୍ୟତୀତ ଯେଉଁସବୁ ଜିନିଷ ଉପରୁ ସୀମା ଶୁଳ୍କ ହ୍ରାସ କରାଯାଇଛି ସେଗୁଡ଼ିକ ହେଲା,

୩ଟି କର୍କଟ ଔଷଧ, ଏକ୍ସରେ ଟ୍ୟୁବ୍, ଫ୍ଲାଟ ପ୍ୟାନେଲ ଡିଟେକ୍ଟର, ୨୫ଟି କ୍ରିଟିକାଲ ମିନେରାଲ, ସୋଲାର ସେଲ ଓ ପ୍ୟାନେଲ, ସାମୁଦ୍ରିକ ଚିଙ୍ଗୁଡ଼ି ଓ ମାଛ, ଚମଡା ଓ ବୟନ ଶିଳ୍ପ ଉତ୍ପାଦ, ଫେରୋ ନିକେଲ, ବ୍ଲିଷ୍ଟର କପର, ଇଲେକ୍ଟ୍ରୋନିକ ସାମଗ୍ରୀ, ସାର, ଟେଲିକମ ଉପକରଣ, କ୍ରୁଜ୍ ଇତ୍ୟାଦି।