ଅବପାତ; ୪ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଅବପାତ; ୪ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଗଭୀର ଅବପାତଟି ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି।ବାଂଲାଦେଶ ଖେପୁପଡ଼ା ପାଖାପାଖି ଉପକୂଳ ଛୁଇଁବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡ଼କୁ ଯିବ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି।
ଆଜି ସନ୍ଧ୍ୟା ସୁଦ୍ଧା ତାହା ଉପକୂଳ ଅତିକ୍ରମ କରି ଅବପାତରେ ପରିଣତ ହେବ । ଏହାପରେ ଦୁର୍ବଳ ହୋଇ ଧୀରେ ଧୀରେ ଝାଡ଼ଖଣ୍ଡମୁହାଁ ହେବ । ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଏବଂ ସୁନ୍ଦରଗଡ଼ ଆଦି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛିାଏହାବାଦ ଦେବଗଡ଼, ଅନୁଗୋଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳବର୍ତ୍ତୀ ଜିଲ୍ଲା ବାଲେଶ୍ୱର, ଢେଙ୍କାନାଳ, କଟକ, ମୟୂରଭଞ୍ଜ, ଯାଜପୁର ଓ ଭଦ୍ରକ ଜିଲ୍ଲା ସମେତ ନବରଙ୍ଗପୁର ଓ ନୟାଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି ସକାଳ ସୁଦ୍ଧା ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା କରାଯାଇଛି।