24 ଘଣ୍ଟାରେ ପୁଣି ବର୍ଷା

24 ଘଣ୍ଟାରେ ପୁଣି ବର୍ଷା

ଆସନ୍ତା 24 ଘଣ୍ଟାରେ ପ୍ରବଳ ବର୍ଷା । ସକ୍ରିୟ ମୌସୁମୀ ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୧୬ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ ନୟାଗଡ଼। ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ମଧ୍ୟ ବର୍ଷା ହୋଇପାରେ।୭ ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ପୂର୍ବାନୁମାନ କରିଥଛି ପାଣିପାଗ କେନ୍ଦ୍ର । ସେହିପରି ୭ ତାରିଖ ପାଇଁ ୬ ଜିଲ୍ଲା ଅନୁଗୋଳ, ଢେଙ୍କାନାଳ, କଟକ, ବୌଦ୍ଧ, ସମ୍ବଲପୁର ଏବଂ ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ସମୟରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆକଳନ କରାଯାଇଛି ।