ଆହୁରି ତିନିଦିନ ବର୍ଷିବ

ଆହୁରି ତିନିଦିନ ବର୍ଷିବ

ଆହୁରି ତିନିଦିନ ବର୍ଷିବ ବର୍ଷା । ରାଜ୍ୟରେ ମୌସୁମୀ ସକ୍ରିୟ ଥିବା କାରଣରୁ  ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଭିଜିବ ଓଡ଼ିଶା। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ରାଜ୍ୟରେ ଆହୁରି ୩ ଦିନ ବର୍ଷିବ ବୋଲି ବର୍ଷା । ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ଥିବା ବେଳେ କିଛି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଦୁର୍ବଳ ହୋଇ, ଆଭ୍ୟନ୍ତରୀଣ ଓଡ଼ିଶା ଓ ସଂଲଗ୍ନ ଛତିଶଗଡ଼ ଉପରେ ସକ୍ରିୟ ରହିଛି। ଏହା ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।