ଶପଥ ନେଲେ ୩ ରାଜ୍ୟସଭା ସାଂସଦ

ଶପଥ ନେଲେ ୩ ରାଜ୍ୟସଭା ସାଂସଦ

ଭୁବନେଶ୍ୱର: ରାଜ୍ୟସଭା ସାଂସଦଭାବେ ଓଡ଼ିଶାର ୩ଜଣ ଶପଥ ଗ୍ରହଣ କରିଛନ୍ତି । ସେମାନେ ହେଲେ ଅଶ୍ୱିନୀ ବୈଷ୍ଣବ, ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓଡ଼ିଆରେ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ । ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଳର ଅନେକ ବିଧାୟକଙ୍କ ଉପସ୍ଥିତିରେ ବିଜେଡିରୁ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ନାମାଙ୍କନ ଭରି ଥିବାବେଳେ ୧୫ ତାରିଖରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଧାୟକମାନଙ୍କ ସହ ଆସି ନାମାଙ୍କନ ଭରିଥିଲେ ଅଶ୍ୱିନୀ ବୈଷ୍ଣବ। ତେବେ ଆଜି ଅଶ୍ୱିନୀ ବୈଷ୍ଣବ, ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ଦିଲ୍ଲୀ ଯାଇ ସାଂସଦ ଭାବେ ଶପଥ ନେଇଛନ୍ତି ।