ରଥଯାତ୍ରା ପାଇଁ ଆଜି ରଥ କାଠ ପୂଜାର୍ଚ୍ଚନା

ରଥଯାତ୍ରା ପାଇଁ ଆଜି ରଥ କାଠ ପୂଜାର୍ଚ୍ଚନା

ପୁରୀ: ଆଜି ପବିତ୍ର ଶ୍ରୀପଞ୍ଚମୀ। ଆଗାମୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିର ତିଥିରେ ରଥ କାଠ ପୂଜାର୍ଚ୍ଚନା କରାଯିବ। ଏଥିପାଇଁ ନୟାଗଡ ବନଖଣ୍ଡ ରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ବାର ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ୟ୍ୟାଳୟ ସମ୍ମୁଖରେ ରଖାଯାଇ ବୁଧବାର ସନ୍ଧ୍ୟାରେ ପୂଜାପାଠ କରାଯିବ।

ତେବେ ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା ମା ସରସ୍ବତୀଙ୍କ  ନିକଟରେ ସ୍ବତନ୍ତ୍ର ପୂଜା କରାଯିବା ପରେ ରଥଖଳାରେ ତିନିଖଣ୍ଡ ଧଉରା କାଠକୁ ରାଜଗୁରୁ  ଓ ବ୍ରାହ୍ମଣ ମାନେ ବନ୍ଦାପନା ସହିତ ପୂଜା କରିବେ। ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର  ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯିବ।ସେହିପରି ଆସନ୍ତା ରାମନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି।