ଶ୍ରୀମନ୍ଦିରର ବିଚିତ୍ର ନୀତି, ପଶା ଖେଳରେ ମା ଲକ୍ଷ୍ମୀଙ୍କ ଠାରୁ ହାରିଗଲେ ବୋଲି

ଶ୍ରୀମନ୍ଦିରର ବିଚିତ୍ର ନୀତି, ପଶା ଖେଳରେ ମା ଲକ୍ଷ୍ମୀଙ୍କ ଠାରୁ ହାରିଗଲେ ବୋଲି

ଆଜି ଶ୍ରୀମନ୍ଦିରରେ କୁମାରପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ମଧ୍ୟାହ୍ନଧୂପ ଶେଷ ହେବାପରେ ଶ୍ରୀଦେବୀ ଓ ଭୂଦେବୀଙ୍କୁ ଖଟଶେଯ ଘରେ ବିଜେ କରାଯିବା ପରେ ଆଜ୍ଞାମାଳ ପାଇ ଶ୍ରୀସୁଦର୍ଶନ  ଚଉଦୋଳରେ ଚାରି ଆଶ୍ରମକୁ ବିଜେ କରିବେ। ସେଠାରେ ପନ୍ତିଭୋଗ ଓ ବନ୍ଦାପନା ନୀତି ସରିବା ପରେ ପଶ୍ଚିମଦ୍ବାର ଦେଇ ପୁନର୍ବାର ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ। ସେପଟେ ଆଜି ବଡସିଂହାର ଭୋଗ ସରିଲେ ରତ୍ନସିଂହାସନ ତଳେ ଓ ଉପରେ ଶକଟା, ପଶା ଓ କଉଡି ଖେଳ ହେବ । ଶ୍ରୀମନ୍ଦିରର ପରମ୍ପରାରେ ଏହା ଦ୍ୟୁତକ୍ରୀଡା  ନାମରେ ଅଭିହିତ । ସର୍ତ୍ତ ଅନୁଯାୟୀ ଏହି ଦ୍ୟୂତି କ୍ରୀଡାରେ ମା ମହାଲକ୍ଷ୍ମୀଙ୍କ ଠାରୁ ଜଗନ୍ନାଥ ମହାପ୍ରଭୁ ହାରିଯାଇଥିବାରୁ ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀମାଧବ ସାତଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ ।  ଅଷ୍ଟମୀ ଦିନ ଅବକାଶ ପୂଜା ସମୟରେ ପୁନଃ ମାଧବ ସିଂହାସନରେ ବିଜେ କରିବେ। ମହାପ୍ରଭୁଙ୍କ ତରଫରୁ ପ୍ରତିନିଧି ମୁଦିରସ୍ତ ଓ ଲକ୍ଷ୍ମୀଙ୍କ ପ୍ରତିନିଧି ଭିତରଚ୍ଛ ମହାପାତ୍ର ୨୧ ଟି ହିଙ୍ଗୁଳ କଉଡ଼ି , ୨୧ ଟି ରୂପା କଉଡି, ପଶା ଶକଟା ଖେଳମାନ ଖେଳିଥାନ୍ତି ।