ଅପରାହ୍ନରେ ବାତ୍ୟା ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିବେ ସମୀକ୍ଷା

ଅପରାହ୍ନରେ ବାତ୍ୟା ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିବେ ସମୀକ୍ଷା

ଅପରାହ୍ନରେ ବାତ୍ୟା ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିବେ ସମୀକ୍ଷା
ଭୁବନେଶ୍ୱର: ଆଜି ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ୨୪ ତାରିଖରେ ଏହା ସାମୁଦ୍ରିକ ଝଡ଼ ବା ବାତ୍ୟାରେ ପରିଣତ ହେବ । ସମ୍ଭାବ୍ୟ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ୨୬ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ଧରି ମାଡ଼ି ଆସିବ ବାତ୍ୟା ‘ୟାସ୍‌’। ତେବେ ବାତ୍ୟା ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ କରିବେ ସମୀକ୍ଷା। ଏହି ବୈଠକରେ ୧୪ଟି ଜିଲ୍ଲାର ପ୍ରସ୍ତୁତି ସଂପର୍କରେ ଆଲୋଚନ ହେବ। ଅପରାହ୍ନରେ ବାତ୍ୟା ମୁକାବିଲା ବୈଠକ ହେବ। ଏହି ବୈଠକରେ ଜିଲ୍ଲାପାଳ, ମୁଖଶାସନ ସଚିବ, ଏସଆରସି, ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ଶୁକ୍ରବାର ସଂଧ୍ୟା ସୁଦ୍ଧା ଦକ୍ଷିଣ-ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଶନିବାରକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପରେ ପରିଣତ ହେବ । ୨୪ ତାରିଖ ସୁଦ୍ଧା (ସୋମବାର) ଘନୀଭୂତ ହୋଇ ବାତ୍ୟା ‘ୟାସ୍‌’ ରୂପ ନେବ ।ଭେରି ସିଭିୟର୍‌ ସାଇକ୍ଲୋନିକ୍‌ ଷ୍ଟର୍ମ ରୂପ ନେଲେ ପବନର ବେଗ ୧୧୮ରୁ ୧୬୬ କିଲୋମିଟର ଯାଏ ରହିବ । ଭୟାନକ ରୂପ ନେବ ସମୁଦ୍ର। ବାତ୍ୟାର କେନ୍ଦ୍ର ସ୍ଥଳରେ ୧୪ ମିଟର ଯାଏ ଉଠିପାରେ ଢେଉ । କରୋନା ମହାମାରୀ ସଙ୍କଟ ଭିତରେ ମାଡ଼ି ଆସୁଥିବା ବାତ୍ୟା ‘ୟାସ୍‌’ ମୁକାବିଲା କରିବାକୁ ଅଣ୍ଟା ଭିଡ଼ିଛି ଓଡ଼ିଶା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସବୁ ବିଭାଗ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ବିଭାଗ ସହ ଆଲୋଚନା କରିଛନ୍ତି । ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା ଘନଘନ ବୈଠକ ନେଇ ସ୍ଥିତି ଉପରେ ନଜର ରଖିଛନ୍ତି ।