ଅସିତ ତ୍ରିପାଠୀ ହେଲେ ମୁଖ୍ୟ ଶାସନ ସଚିବ

ଅସିତ ତ୍ରିପାଠୀ ହେଲେ ମୁଖ୍ୟ ଶାସନ ସଚିବ

ଅସିତ ତ୍ରିପାଠୀ ହେଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର : ୧୯୮୬ ବ୍ୟାଚର ଆଇଏଏସ ଅଧିକାରୀ ଅସିତ ତ୍ରିପାଠୀଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ସୁରେଶ ମହାପାତ୍ରଙ୍କୁ ଉନ୍ନୟନ କମିଶନର ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ । ପ୍ରଦୀପ୍ତ ମହାପାତ୍ରଙ୍କୁ କୃଷି ଉପôାଦନ କମିଶନର ଭାବେ ମଧ୍ୟ ରାଜ୍ୟ ସରକାର ନିଯୁକ୍ତି ପ୍ରଦାନ କରିଛନ୍ତି । ଆସନ୍ତା ୧୯ରୁ ଏହା କାର୍ଯ୍ୟକାରୀ ହେବ । ଅପରପକ୍ଷରେ ଅବସରପ୍ରାପ୍ତ ଆଇଏଏସ ଆର ବାଳକ୍ରୀଷ୍ଣନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି । ଏହାଛଡ଼ା ଡକ୍ଟର କ୍ରୀଷ୍ଣନ କୁମାର ଏବେ ପୂର୍ତ ସଚିବ ଭାବେ କାର୍ଯ୍ୟ କରୁଥିବାବେଳେ ତାଙ୍କୁ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଛି ।