ଆଇଟିଆଇ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି ଛାଡ କଲେ ରାଜ୍ୟ ସରକାର

ଆଇଟିଆଇ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି ଛାଡ କଲେ ରାଜ୍ୟ ସରକାର

ଆଇଟିଆଇ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି ଛାଡ କଲେ ରାଜ୍ୟ ସରକାର
ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦେ୍ର୍ଧଶକ୍ରମେ ରାଜ୍ୟର ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରଛାତ୍ରୀଙ୍କର ୯ ମାସର ହଷ୍ଟୋଲ ଫଇ ଛାଡ କରାଯାଇଛି । ଏହା ଦ୍ୱାରା ସରକାରୀ ଆଇଟିଆଇରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଅପ୍ରେଲ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। କୋଭିଡ ଯୋଗୁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନ ଥିଲେ। ଆଇଟିଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି। ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି ବାବଦରେ ଛାଡ ପାଇବେ।