ଆଉ ଚାରି ପାଞ୍ଚ ଘଣ୍ଟା ମଧ୍ୟରେ ଓଡ଼ିଶା ସୀମା ଅତିକ୍ରମ କରିବ ବାତ୍ୟା ‘ବୁଲ୍‌ବୁଲ୍‌’

ଆଉ ଚାରି ପାଞ୍ଚ ଘଣ୍ଟା ମଧ୍ୟରେ ଓଡ଼ିଶା ସୀମା ଅତିକ୍ରମ କରିବ ବାତ୍ୟା ‘ବୁଲ୍‌ବୁଲ୍‌’

ଆଉ ଚାରି ପାଞ୍ଚ ଘଣ୍ଟା ମଧ୍ୟରେ ଓଡ଼ିଶା ସୀମା ଅତିକ୍ରମ କରିବ ବାତ୍ୟା ‘ବୁଲ୍‌ବୁଲ୍‌’
ଭୁବନେଶ୍ୱର: ସାମୁଦ୍ରିକ ବାତ୍ୟା ‘ବୁଲ୍‌ବୁଲ୍‌’ ଓଡ଼ିଶା ସୀମା ଅତିକ୍ରମ କରିବାକୁ ଆଉ ୪ ରୁ ୫ ଘଣ୍ଟା ଲାଗିପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି। ଏବେ ଘଣ୍ଟା ପ୍ରତି ବାତ୍ୟାର ବେଗ ରହିଛି ୬ କିଲୋମିଟର। ଗତକାଲିରୁ ହିସାବ କଲେ ବାତ୍ୟାର ଗତି ୨୧ କିଲୋମିଟର କମିଛି।ସକାଳୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସ୍ଥାନୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରରେ ପହଞ୍ଚି ପାଣିପାଗ କେନ୍ଦ୍ରର ମହା ନିର୍ଦେଶକଙ୍କ ସହ ସାମୁଦ୍ରିକ ବାତ୍ୟା ‘ବୁଲ୍‌ବୁଲ୍‌’ର ସ୍ଥିତି ଓ ସେଥିଯୋଗୁଁ ହେଉଥିବା ବୃଷ୍ଟିପାତ ବିଷୟରେ ସମୀକ୍ଷା କରିଛନ୍ତି। ସ୍ୱତନ୍ତ୍ର ରିଲିଫ୍‌ କମିସନର ପ୍ରଦୀପ ଜେନା କହିଛନ୍ତି: ପୁରୀ, ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ବାତ୍ୟା ଓ ବର୍ଷାଜନିତ ବିପଦ ଟଳିଛି। ୧୦୦୦ ଲୋକ ବିଳମ୍ବିତ ରାତ୍ରୀରେ ବାତ୍ୟା ଆଶ୍ରୟସ୍ଥଳକୁ ଆସିଛନ୍ତି । ଏବେ ଓଡ଼ିଶା ଉପକୂଳ ପାଖ ଦେଇ ଅତିକ୍ରମ କରୁଥିବା ବାତ୍ୟା ‘ବୁଲ୍‌ବୁଲ୍‌’ ପାରାଦୀପ ଠାରୁ ୧୧୦ କିଲୋମିଟର୍‌ ଦୂର ବଙ୍ଗୋପସାଗର ମଧ୍ୟରେ କେନ୍ଦ୍ରୀଭୂତ ହୋଇଛି।