ଆଉ ୧୮ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୧୨୧୪

ଆଉ ୧୮ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୧୨୧୪

ଆଉ ୧୮ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୧୨୧୪
ଭୁବନେଶ୍ବର : ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅନୁଗୁଳ ଓ ଗଜପତି ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ବର, ମୟୁରଭଞ୍ଜ ଓ ଯାଜପୁରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହ ବ୍ୟତିତ ଭଦ୍ରକ,ଢେଙ୍କାନାଳ,ଖୋର୍ଦ୍ଧା,ମାଲକାନଗିରିଳ ନବରଙ୍ଗପୁର ଏବଂ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ ମୃତକଙ୍କ ସଂଖ୍ୟା ୧୨୧୪କୁ ବୃଦ୍ଧି ହୋଇଛି ।