ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ କାର୍ଯ୍ୟକ୍ରମ ସୂଚୀ ଅନୁଯାୟୀ ଆସନ୍ତାକାଲି ଛୁଟି ଦିନ ଥିଲେ ବି ପୂର୍ବାହ୍ନ ୧୦ଟା ୩୦ରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନକୁ ଗସ୍ତ କରିବେ। ଏହାପରେ ଜରୁରୀ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଦିନ ୧୨ଟା ୪୦ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରୁ ଦିଲ୍ଲୀ ଗସ୍ତ କରିବେ। ମିଳିଥିବା ସୂଚନା ଅନୁଯାୟୀ ମାଓ ମୁକାବିଲା ନେଇ ଆସନ୍ତା ୨୬ତାରିଖରେ ନୂଆଦିଲ୍ଲୀଠାରେ ବସିବ ଉଚ୍ଚସ୍ତରୀୟ ବୈଠକ। ଏହି ମାଓ ମୁକାବିଲା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।