ଆଜି ନେଲା ୪୦୨ ଜୀବନ

ଆଜି ନେଲା ୪୦୨ ଜୀବନ

ଆଜି ନେଲା ୪୦୨ ଜୀବନ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହେଲାଣି କରୋନା ଗ୍ରାଫ । ହୁ ହୁ ହୋଇ ବୃଦ୍ଧି ପାଉଛି ଦୈନିକ ସଂକ୍ରମଣ। ଏହାସହ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦ୍ରୁତ ଗତିରେ ତା’ର କାୟା ବିସ୍ତାର କରିବାରେ ଲାଗିଛି। ଆଜି ଦେଶରେ ୨ଲକ୍ଷ ୬୮ହଜାର  ୮୩୩କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୪୦୨ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ଲକ୍ଷ ୮୫ହଜାର ୭୫୨କୁ ବୃଦ୍ଧି ପାଇଛି । 

 ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲା ୧୪ଲକ୍ଷ ପାର୍ କରିଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୧୪ଲକ୍ଷ ୧୭ହଜାର ୮୨୦ରହିଛି । ଆଜି ଦେଶରେ କରୋନାରୁ ସୁସ୍ଥ ହୋଇଛନ୍ତି ୧ଲକ୍ଷ ୨୨ହଜାର ୬୮୪ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଦେଶରେ କରୋନାରୁ ସୁସ୍ଥ ହେଲେଣି  ୩କୋଟି ୪୯ଲକ୍ଷ ୪୭ହଜାର ୩୦୯ଜଣ  । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେ ବି ଟିକାକରଣ ଜୋରଦାର ଚାଲିଛି ।