ଆଜି ପ୍ରବାଦ ପୁରୁଷ ବିଜୁବାବୁଙ୍କ ୨୩ ତମ ଶ୍ରାଦ୍ଧଦିବସ ।

ଆଜି ପ୍ରବାଦ ପୁରୁଷ ବିଜୁବାବୁଙ୍କ ୨୩ ତମ ଶ୍ରାଦ୍ଧଦିବସ ।

ଆଜି ପ୍ରବାଦ ପୁରୁଷ ବିଜୁବାବୁଙ୍କ ୨୩ ତମ ଶ୍ରାଦ୍ଧଦିବସ ।
ଝଡ଼ର ଇଗଲ। ଆଜି ସେଇ ପ୍ରବାଦ ପୁରୁଷ ବିଜୁବାବୁଙ୍କ ୨୩ ତମ ଶ୍ରାଦ୍ଧଦିବସ । ଏହି ଅବସରରେ ବିଜୁବାବୁଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ ମାଧ୍ୟମରେ କହିଲେ ଲୋକଙ୍କ ସହ ରହିବା ଓ ଲୋକଙ୍କ ଉନ୍ନତି ପାଇଁ କାମ କରିବା ବିଜୁବାବୁଙ୍କ ମନ୍ତ୍ରଥିଲା । ଲୋକଙ୍କ ସେବାପାଇଁ ସେ ଆମକୁ ଅନୁପ୍ରାଣିତ କରିଆସିଛନ୍ତି । ସମଗ୍ର ମାନବ ସମାଜ କରୋନା ଭଳି ମହାମାରୀକୁ ମୁକାବିଲା କରୁଛି, ଏହାକୁ ଦୃଷ୍ଟିରେ ରଖି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସକୁ ନିରାଡମ୍ବର ଭାବେ ପାଳନ କରିବା ପାଇଁ ବିଜେଡି ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ । ପ୍ରବାଦ ପୁରୁଷ ବିଶିଷ୍ଟ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ବାର୍ଷିକୀକୁ ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରାଯିବାର ଲକ୍ଷ୍ୟ ଥିଲା । ଏହି ଅବସରରେ ସାମାଜିକ ଦୂରତା ରକ୍ଷା କରି ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଦଳର ନେତୃବୃନ୍ଦ ନିଜ ନିଜ ଘରେ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟ ପ୍ରଦାନ କରିବାକୁ କୁହାଯାଇଥିଲା ।