ଆଜି ରାଜ୍ୟରେ ଆଉ ୧୬୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରେ ଆଉ ୧୬୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରେ ଆଉ ୧୬୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଆଜି ୧୬୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୯୮୬ ଜଣ ଚିହ୍ନଟ ହୋଇଥିବାବେଳେ ୭୦୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୯ ହଜାର ୫୮୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୫୯ ହଜାର ୪୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୮ ହଜାର ୮୮୨ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୨୧୪ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି। ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୬୯୫ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୮୩ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୮୩, ବାଲେଶ୍ବରରୁ ୧୨୮, ବରଗଡରୁ ୫୬, ଭଦ୍ରକରୁ ୩୫, ବଲାଙ୍ଗିରରୁ ୬୫, ବୌଦ୍ଧରୁ ୧୧, କଟକରୁ ୧୦୩, ଦେବଗଡରୁ ୧୧, ଢେଙ୍କାନାଳରୁ ୨୩, ଗଜପତିରୁ ୭, ଗଞ୍ଜାମରୁ ୪୫, ଜଗତସିଂହପୁରରୁ ୭୭, ଯାଜପୁରରୁ ୫୭, ଝାରସୁଗୁଡାରୁ ୪୫, କଳାହାଣ୍ଡିରୁ ୩୬, କନ୍ଧମାଳରୁ ୩୪, କେନ୍ଦ୍ରାପଡାରୁ ୪୨, କେଉଁଝରରୁ ୭୩, କୋରାପୁଟରୁ ୪୫, ମାଲକାନଗିରିରୁ ୩୭, ମୟୂରଭଞ୍ଜରୁ ୪୫, ନବରଙ୍ଗପୁରରୁ ୫୧, ନୟାଗଡରୁ ୩୨, ନୂଆପଡାରୁ ୯୨, ପୁରୀରୁ ୫୧, ରାୟଗଡାରୁ ୧୭, ସମ୍ବଲପୁରରୁ ୪୨, ସୋନପୁରରୁ ୨୪, ସୁନ୍ଦରଗଡରୁ ୧୧୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୩୫ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।