ଆଜି ଶ୍ରୀଜିଉଙ୍କ ବାହୁଡା ଯାତ୍ରା

ଆଜି ଶ୍ରୀଜିଉଙ୍କ ବାହୁଡା ଯାତ୍ରା

ଆଜି ଶ୍ରୀଜିଉଙ୍କ ବାହୁଡା ଯାତ୍ରା
ପୁରୀ: ଆଜି ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ଆଜି ଯାତ୍ରା କରିବେ ମହାପ୍ରଭୁ ଜଗା, ବଳିଆ ଓ ଭଉଣୀ ସୁଭଦ୍ରା। ଦୀର୍ଘ ୯ଦିନର ଯାତ୍ରାର ଅନ୍ତ ଘଟିବ ଆାଜି। ଚତୁର୍ଦ୍ଧା ମୂର୍ତ୍ତି ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ଅଭିମୁଖେ ବାହାରିବେ। ଏଥିପାଇଁ ଭୋର ୪ଟାରୁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ଆଜି ଭୋର ୪ଟାରୁ ଚତୁର୍ଦ୍ଧା ମୂର୍ତ୍ତିଙ୍କ ବାହୁଡ଼ା ଯାତ୍ରା ନୀତି ଆରମ୍ଭ ହୋଇଛି। ନୀତି ନିର୍ଘଣ୍ଟ: ନୀତି ନିର୍ଘଣ୍ଟ ଅନୁଯାୟୀ, ସକାଳ ୭ଟାରୁ ୧୧ଟା ଭିତରେ ସେନାପଟା ଲାଗି ସରିବା ପରେ ୧୧ଟା ୪୫ ସୁଦ୍ଧା ମଙ୍ଗଳାର୍ପଣ ହେବ। ଏହାପରେ ଦିନ ୧୨ଟାରୁ ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇ ସାଢ଼େ ୨ଟା ମଧ୍ୟରେ ସରିବ। ଅପରାହ୍ନ ସାଢ଼େ ୨ଟାରୁ ସାଢ଼େ ୩ଟା ସୁଦ୍ଧା ଛେରାପହଁରା ପରେ ୪ଟାରୁ ଆରମ୍ଭ ହେବ ରଥଟଣା। ତେବେ ରଥଯାତ୍ରା ଭଳି ବାହୁଡ଼ାରେ ମଧ୍ୟ ନିର୍ଦ୍ଧାରିତ ସମୟ ପୂର୍ବରୁ ନୀତିକାନ୍ତି ସରିବ ବୋଲି କୁହାଯାଉଛି। ନିର୍ଦ୍ଧାରିତ ସମୟରେ ମହାପ୍ରଭୁଙ୍କ ରଥ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବ।