ଆଜି ୩୭୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଆଜି ୩୭୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଆଜି ୩୭୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଭୁବନେଶ୍ବର: ରାଜ୍ୟରେ ଆଜି ୩୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୧୯ ଜଣ ଚିହ୍ନଟ ହୋଇଥିବାବେଳେ ୧୫୯ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୯ହଜାର ୧୦୩କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୨ ହଜାର ୦୫୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୪୧ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୩୪ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି। ଆଜି ରାଜ୍ୟର ୨୭ ଟି ଜିଲ୍ଲାରୁ ମୋଟ୍‌ ୩୭୮ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ସର୍ବାଧିକ ୩୮ ଜଣ ଚିହ୍ନଟ ହୋଇଥିବାବେଳେ ବାଲେଶ୍ଵରରୁ ୧୪, ବରଗଡରୁ ୩, ଭଦ୍ରକରୁ ୭, ବଲାଙ୍ଗିରରୁ ୨୨, କଟକରୁ ୨୪, ଦେବଗଡରୁ ୧, ଢେଙ୍କାନାଳରୁ ୫, ଗଞ୍ଜାମରୁ ୭, ଜଗତସିଂହପୁରରୁ ୧୮, ଯାଜପୁରରୁ ୮, ଝାରସୁଗୁଡାରୁ ୧୫, କଳାହାଣ୍ଡିରୁ ୮, କନ୍ଧମାଳରୁ ୩, କେନ୍ଦ୍ରାପଡାରୁ ୧୦, କେଉଁଝରରୁ ୧୫, ଖୋର୍ଦ୍ଧାରୁ ୩୭, କୋରାପୁଟରୁ ୪, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୩୪, ନବରଙ୍ଗପୁରରୁ ୩, ନୟାଗଡରୁ ୪, ନୂଆପଡାରୁ ୨୧, ପୁରୀରୁ ୧୯, ସମ୍ବଲପୁରରୁ ୧୪, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୦ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।