ଆଦିବାସୀ ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ : ୨ ଗଣଦୁଷ୍କର୍ମୀଙ୍କୁ ୨୦ ବର୍ଷ ଲେଖାଏଁ ଜେଲ

ଆଦିବାସୀ ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ : ୨ ଗଣଦୁଷ୍କର୍ମୀଙ୍କୁ ୨୦ ବର୍ଷ ଲେଖାଏଁ ଜେଲ

ଆଦିବାସୀ ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ : ୨ ଗଣଦୁଷ୍କର୍ମୀଙ୍କୁ ୨୦ ବର୍ଷ ଲେଖାଏଁ ଜେଲ
କେନ୍ଦୁଝର: ଜଣେ ଆଦିବାସୀ ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଏକ ବଡ଼ ଖବର ସାମନାକୁ ଆସିଛି । ଏହି ମାମଲାର ବିଚାର କରି କେନ୍ଦୁଝର ଏଡିଜେ କୋର୍ଟ ଦୁଷ୍କର୍ମୀମାନଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି । ପ୍ରତ୍ୟେକଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି । ଖାଲି ସେତିକି ନୁହେଁ ୫୦ ହଜାର ଟଙ୍କା ଲେଖାଏଁ ଜରିମାନା ମଧ୍ୟ କରାଯାଇଛି । ସେହିପରି ପୀଡ଼ିତାଙ୍କୁ ୫ ଲକ୍ଷ କ୍ଷତିପୂରଣ ଦେବାକୁ କୋର୍ଟ ରାଜ୍ୟ ସରକାରଙ୍କୁ ନିଦେ୍ର୍ଧଶ ଦେଇଛନ୍ତି । ୨୦୧୭ରେ କେନ୍ଦୁଝର ସଦର ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିଲା । ପୁଲିସ ଏହି ମାମଲାରେ ୨ ଜଣଙ୍କୁ ଗିରଫ କରିଥିଲା । ଆଜି ଏହି ମାମଲାର ବିଚାର କରି କେନ୍ଦୁଝର ଏଡିଜେ କୋର୍ଟ ଉପରୋକ୍ତ ରାୟ ଦେଇଛନ୍ତି ।