ଆନନ୍ଦପୁର ବିଧାୟକଙ୍କୁ କରୋନା

ଆନନ୍ଦପୁର ବିଧାୟକଙ୍କୁ କରୋନା

ଆନନ୍ଦପୁର ବିଧାୟକଙ୍କୁ କରୋନା
ଭୁବନେଶ୍ୱର : ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବିଧାୟକଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ନିଜ ଭୁବନେଶ୍ୱର ସ୍ଥିତ ବାସଭବନରେ କ୍ୱାରେଣ୍ଟାଇନରେ ରହିଛନ୍ତି । କରୋନା ଆକ୍ରାନ୍ତ ହୋଇଥିବା ନେଇ ସ୍ୱୟଂ ବିଧାୟକ ସୂଚନା ଦେବା ସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କ୍ୱାରେଣ୍ଟାଇନରେ ରହିବାକୁ ପରାମର୍ଶ ଦେଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟର ଏକାଧିକ ବିଧାୟକ ଏବଂ ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇ ସାରିଛନ୍ତି । ଗତକାଲି ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ପୂର୍ବରୁ କୃଷି ମନ୍ତ୍ରୀ ଅରୁଣ ସାହୁ , ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ସହିତ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମୀନୀ ଦିଆନ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ ।