ଆହୁରି ୩ ଦିନ ଘନ କୁହୁଡ଼ି

ଆହୁରି ୩ ଦିନ ଘନ କୁହୁଡ଼ି

ଆହୁରି ୩ ଦିନ ଘନ କୁହୁଡ଼ି
ଭୁବନେଶ୍ୱର: ବୌଦ୍ଧ ଓ କନ୍ଧମାଳ ସମତେ ୪ ଉପକୂଳ ଜିଲ୍ଲା ଯଥା କଟକ, ଜଗତସିଂହପୁର, ଭଦ୍ରକ, ଖୋର୍ଦ୍ଧାରେ ଆସନ୍ତା ୩ ଦିନ ଘନ କୁହୁଡ଼ି ଦେଖାଯିବ । ଏହା ବ୍ୟତୀତ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ହାଲୁକା କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏପରି ଆକଳନ କରାଯାଇଛି । କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୩ ଦିନ ରାଜ୍ୟର ସର୍ବୋଚ୍ଚ ଓ ସର୍ବନିମ୍ନ ତାପମାତ୍ରା ବଢ଼ିବା ଫଳରେ ଶୀତ କମିବା ଦିନରେ ପାଗ ଶୁଖିଲା ଓ ଖରାଟିଆ ରହିବ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ସର୍ବନିମ୍ନ ତାପମାତ୍ରାରେ ବୃଦ୍ଧି ଘଟିଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ ବି ଅଧିକ ରହିଛି । ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଆଜି ଠାରୁ ଗୁରୁବାର ପର୍ଯ୍ୟନ୍ତ ରାତ୍ୟର ତାପମାତ୍ରା ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ । ଫଳରେ ଶୀତ କମିବ । ୯ ତାରିଖ ଦିନ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାରେ ତାପମାତ୍ରା ସାମାନ୍ୟ ବି କମିବ ।