ଉତର, ଦକ୍ଷିଣରେ ପ୍ରବଳ ବର୍ଷିବ !

ଉତର, ଦକ୍ଷିଣରେ ପ୍ରବଳ ବର୍ଷିବ !

ଉତର, ଦକ୍ଷିଣରେ ପ୍ରବଳ ବର୍ଷିବ !
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ଓ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ହୋଇଛି । ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । ୨୪ ଘଂଟା ଭିତରେ ପୁରୀରେ ସର୍ବାଧିକ ୫୪.୬ ମିଲିମିଟର ବର୍ଷା ହୋଇଛି । ରାଜଧାନୀ ଭୁବନେଶ୍ୱରରେ ୩୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଆଜି ଉତର ଓ ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ଢେଙ୍କାନାଳ, କଟକ, ବାଲେଶ୍ୱର, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।