ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା

ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା

ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା

ଭୁବନେଶ୍ବର :  ବାତ୍ୟା‘ମେଣ୍ଡୋସ୍’  ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରୁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘଣ୍ଟାପ୍ରତି ୧୨କିମି ବେଗରେ ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା। ଏହା ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇପାରେ। ମଧ୍ୟରାତିରେ ସାମୁଦ୍ରିକ ଝଡ଼ ଉତ୍ତର-ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ରପ୍ରଦେଶ, ଶ୍ରୀହରିକୋଟା ଏବଂ ମହାବଳିପୁରମର ଉପକୂଳ ଆଡକୁ ମାଡି ଆସିବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୬୫କିମିରୁ ୭୫କିମି ରହିବ ଓ ଝଟକା ପବନର ବେଗ ଘଣ୍ଟା ପ୍ରତି ୮୫କିମି ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବାତ୍ୟା କେଉଁଠାରେ ସ୍ଥଳଭାଗ ଛୁଇଁବ ସେ ସମ୍ବନ୍ଧରେ ବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ।
ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ; କିନ୍ତୁ ବାହ୍ୟବଳୟ ପ୍ରଭାବରେ ଶୁକ୍ରବାର ଓ ଶନିବାର ଦକ୍ଷିଣ ଓଡ଼ିଶାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମାଲକାନଗିରି, କୋରାପୁଟ, ଗଜପତି, ନବରଙ୍ଗପୁର, ଗଞ୍ଜାମ ରାୟଗଡ଼ା ଓ  କନ୍ଧମାଳ  ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି । ୧୦ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲାରେ ବର୍ଷା ହୋଇପାରେ ।