ଏହି ଛାତ୍ରଙ୍କ ସ୍ପପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ

ଏହି ଛାତ୍ରଙ୍କ ସ୍ପପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ

ଏହି ଛାତ୍ରଙ୍କ ସ୍ପପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ବପ୍ନ ରଖିଥିଲେ ଇଂଜିନିୟର ହେବେ। ହେଲେ ଅର୍ଥ ସାଜିଥିଲା ବାଧକ। ଏ ସଂପର୍କରେ ସୂଚନା ପାଇବା ପରେ ତାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବଲାଙ୍ଗିର ବଙ୍ଗମୁଣ୍ଡା ତହସିଲର ଜଣେ ପ୍ରତିଭାବାନ ଛାତ୍ର ତାରାଚାନ୍ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନକୁ ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ।  ଅର୍ଥ ଅଭାବରୁ ତାଙ୍କର ନାମଲେଖା ପ୍ରକ୍ରିୟାରେ ବାଧା ସୃଷ୍ଟି ହେଉଥିବା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ତାଙ୍କ ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଛନ୍ତି ।

ସୂଚନାଯୋଗ୍ୟ, ବଲାଙ୍ଗିର ଜିଲ୍ଲାର ସିନ୍ଧେକେଲା ବଡ଼ପଡ଼ା ଗାଁର ଜଣେ ପ୍ରତିଭାବାନ ଛାତ୍ର ହେଉଛନ୍ତି ତାରାଚାନ୍ ରଣା । ବାପା ଉପସୁ ରଣାଙ୍କ ବାର୍ଷିକ ରୋଜଗାର ମାତ୍ର ୪୫ ହଜାର ଟଙ୍କା । ତଥାପି ନିଜର ସ୍ବପ୍ନ ପୂରଣ କରିବା ପାଇଁ ତାରାଚାନ୍ ଅବିରତ ଉଦ୍ୟମ କରି ଚାଲିଥିଲେ । ଚଳିତ ବର୍ଷ ଇଞ୍ଜିନିୟରିଂ ପାଇଁ ପ୍ରବେଶିକା ପରୀକ୍ଷା ଜେଇଇ ମେନରେ ୯୯.୩୫ ପ୍ରତିଶତ ମାର୍କ ରଖି ଏନଆଇଟି ୱାରାଙ୍ଗଲରେ ପଢ଼ିବା ପାଇଁ କୃତକାର୍ୟ୍ୟ ହୋଇଛନ୍ତି ।

କିନ୍ତୁ ଏଥିରେ ଅର୍ଥ ସାଜିଥିଲା ତାଙ୍କ ପାଇଁ ମୁଖ୍ୟ ବାଧକ । ନାମଲେଖା ପାଇଁ ତାଙ୍କ ପାଖରେ ଆବଶ୍ୟକ ଅର୍ଥ ନଥିଲା । କଷ୍ଟେମଷ୍ଟେ ସେ ଅଳ୍ପ କିଛି ଟଙ୍କା ସଂଗ୍ରହ କରି  ବାକି ଅର୍ଥ ପ୍ରଦାନ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଏହା ଜାଣିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ତାଙ୍କର ଆଡମିଶନ ପ୍ରକ୍ରିୟା ପୂରଣ କରିବା ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଛନ୍ତି ।