ଓଡ଼ିଶାରେ ଜିଓ ଗ୍ରାହକଙ୍କ ସଂଖ୍ୟା ୧ କୋଟି ଟପିଲା

ଓଡ଼ିଶାରେ ଜିଓ ଗ୍ରାହକଙ୍କ ସଂଖ୍ୟା ୧ କୋଟି ଟପିଲା

ଓଡ଼ିଶାରେ ଜିଓ ଗ୍ରାହକଙ୍କ ସଂଖ୍ୟା ୧ କୋଟି ଟପିଲା
ଭୁବନେଶ୍ୱର: ଏକ ଉଲ୍ଲେଖନୀୟ ସଫଳତା ପୂର୍ବକ ଦେଶର ଦ୍ରୁତ ଅଭିବୃଦ୍ଧିଶୀଳ ଓ ଏବେ ଦେଶର ସର୍ବବୃହତ ମୋବାଇଲ ସେବା ପ୍ରଦାନକାରୀ ହୋଇଥିବା ରିଲାଏନ୍ସ ଜିଓର ଓଡ଼ିଶା ଟେଲିକମ ସର୍କଲରେ ଗ୍ରାହକ ସଂଖ୍ୟା ୧୦ ନିୟୁତରୁ (୧ କୋଟି) ଅଧିକ ହୋଇଥିବା ଭାରତୀୟ ଦୂରସଞ୍ଚାର ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ଗତକାଲି ୨୦୧୯ ଜୁନ ମାସ ପାଇଁ ଜାରି କରିଥିବା ଦୂରସଞ୍ଚାର ଗ୍ରାହକ ତଥ୍ୟ ରିପୋର୍ଟରୁ ଜଣାପଡ଼ିଛି । ଏହି ସଫଳତାକୁ କଂପାନି ଦ୍ରୁତ ଗତିରେ ହାସଲ କରିଛି । ନିଜର ବାଣିଜ୍ୟିକ କାରବାର ଆରମ୍ଭ କରିବାର ତିନି ବର୍ଷରୁ କମ ସମୟ ଭିତରେ ଏହାର ଗ୍ରାହକ ସଂଖ୍ୟା ୧ କୋଟିରୁ ଅଧିକ ହୋଇଛି । ଗ୍ରାହକ ସଂଖ୍ୟା ତଥ୍ୟରୁ ଜଣାପଡ଼ିଛି ଯେ, ରିଲାଏନ୍ସ ଜିଓ ଓଡ଼ିଶାରେ ସବୁଠୁ ପସନ୍ଦର ମୋବାଇଲ ସେବା ପ୍ରଦାନକାରୀ ଭାବେ ଏହାର ଉଲ୍ଲେଖନୀୟ ଯାତ୍ରା ଜାରି ରଖିଥିବା ବେଳେ ୨୦୧୯ ଜୁନରେ ରାଜ୍ୟରେ ୩.୬୧ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡ଼ିଛି । ଏହି ମାସରେ ଅନ୍ୟ ସବୁ ମୋବାଇଲ ସେବା ପ୍ରଦାନକାରୀଙ୍କ ଗ୍ରାହକ ସଂଖ୍ୟାରେ ହ୍ରାସ ଦେଖିବାକୁ ମିଳିଛି । ରାଜ୍ୟରେ ରିଲାଏନ୍ସ ଜିଓର ଗ୍ରାହକ ବଜାର ଅଂଶ ୩୧%ରେ ପହଚିଂଛି । ଓଡ଼ିଶାର ମୋଟ ମୋବାଇଲ ଗ୍ରାହକ ସଂଖ୍ୟା ଜୁନରେ ୨.୦୨ ଲକ୍ଷ ବଢିଥିବା ବେଳେ ବିଶେଷ କରି ଜିଓର ସୁଦୃଢ ଯୋଗଦାନ ଯୋଗୁ ଏହା ହୋଇପାରିଛି ଏବଂ ଅନ୍ୟ ସମସ୍ତ ମୋବାଇଲ ସେବା ପ୍ରଦାନକାରୀଙ୍କ ଗ୍ରାହକ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି ବୋଲି ଟ୍ରାଇ ଜାରି କରିଥିବା ତଥ୍ୟରୁ ଜଣାପଡ଼ିଛି । ଏଠାରେ ଏହା ଉଲ୍ଲେଖ କରିବା ଯୋଗ୍ୟ ଯେ, ରିଲାଏନ୍ସ ଜିଓ ଏହାର ସମ୍ପୂର୍ଣ୍ଣ ୪ଜି ନେଟୱର୍କ ଓ ବିଭିନ୍ନ ସ୍ଥାନକୁ ଦ୍ରୁତ ଗତିରେ ଅପହଂଚ ଅଂଚଳକୁ ୪ଜି ନେଟୱର୍କର ସଂପ୍ରସାରଣ ଏବଂ ଗ୍ରାମାଚଂଳ ଓ ଅର୍ଦ୍ଧ ସହରାଚଂଳ ଲୋକଙ୍କ ପାଖରେ ବହୁଳ ଭାବେ ଲୋକପ୍ରିୟ ଭାରତର ସ୍ମାର୍ଟଫୋନ-ଜିଓଫୋନ ଜରିଆରେ ପ୍ରତି ମାସରେ ଏହା ସର୍ବାଧିକ ସଂଖ୍ୟକ ଗ୍ରାହକ ଯୋଡ଼ୁଛି ।