କଂଗ୍ରେସ ପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ

କଂଗ୍ରେସ ପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ

କଂଗ୍ରେସ ପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ
ଭୁବନେଶ୍ବର : ପେଟ୍ରୋଲ ଓ ଡିଜେଲ୍‌ ଦରବୃଦ୍ଧି ପ୍ରତିବାଦରେ ସୋମବାର ଦିନ କଂଗ୍ରେସ ପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ବନ୍ଦ ପାଳନ ଚାଲିବ । ବନ୍ଦ ପାଳନ ସହ ଯାନବାହନ ଚଳାଚଳ ଓ ବ୍ୟବସାୟ ବାଣିଜ୍ୟ ମଧ୍ୟ ବନ୍ଦ ରହିଛି। ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ରାଜଧାନୀ ଭୁବନେଶ୍ବର ଓ କଟକ ସହ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲା ସଦର ମହକୁମାରେ ବନ୍ଦ ପାଳନର ପ୍ରଭାବ ଦେଖିବାକୁ ମିଳିଛି। କଂଗ୍ରେସ ପକ୍ଷରୁ ବିଭିନ୍ନ ସ୍ଥାନରେ ରାସ୍ତାରୋକ, ରେଳରୋକ କରାଯାଇଛି। ଏହାଦ୍ବାରା ସ୍ବାଭାବିକ ଜନଜୀବନ ବ୍ୟାହତ ହୋଇଛି । ବନ୍ଦ ସଂପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯିବ । ସେହିପରି ବନ୍ଦରେ ରୋଗୀ, ଗଣମାଧ୍ୟମ ପ୍ରତିନିଧି, ବାହାଘର ଗାଡି, ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ କୌଣସି ବାଧା ଦିଆଯିବ ନାହିଁ ବୋଲି କହିଛନ୍ତି ପିସିସି ସଭାପତି । ଆମ୍ବୁଲାନ୍ସ ଓ ଦୁଗ୍ଧ ଗାଡି ଅବାଧରେ ଗଡିବ ବୋଲି ଦଳ ପକ୍ଷରୁ ସ୍ପଷ୍ଟ କରାଯାଇଛି ।