କଂଗ୍ରେସ-ବିଜେପିର କୁଚିଣ୍ଡା ବନ୍ଦ

କଂଗ୍ରେସ-ବିଜେପିର କୁଚିଣ୍ଡା ବନ୍ଦ

କଂଗ୍ରେସ-ବିଜେପିର କୁଚିଣ୍ଡା ବନ୍ଦ

ସମ୍ବଲପୁର: କଂଗ୍ରେସ ଓ ବିଜେପି ଗୋଟିଏ ସ୍ୱରରେ ଏକାଠି ହୋଇଛନ୍ତି। ଡାକିଛନ୍ତି କୁଚିଣ୍ଡା ବନ୍ଦ ଡାକରା। ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି ଉଭୟ ଦଳର ନେତୃତ୍ୱରେ। ବିଜେଡି କର୍ମୀଙ୍କ ଗୁଣ୍ଡାଗିରି ପ୍ରତିବାଦରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରାଯାଉଛି । ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ପ୍ରତିବାଦ କରୁଥିବା ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଗୋଡେଇ ଗୋଡେଇ ମାଡ ମାରିଥିଲେ ବିଜେଡି କର୍ମୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ  ପୋଲିସ୍ ଉପସ୍ଥିତରେ ଯୁବ କଂଗ୍ରେସ ନେତା ଜୟନ୍ତ କିଷାନଙ୍କୁ ବିଜେଡି କର୍ମୀ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା । ଏଥିରେ ସେ ଗରୁତର ଆହତ ହୋଇଥିଲେ । 

ଆଜି ଏହାକୁ ବିରୋଧ କରି କୁଚିଣ୍ଡା ୧୨ ଘଣ୍ଟା ବନ୍ଦ କରିବା ସହ ଏବେ ମନ୍ତ୍ରୀ ଟୁକୁନି ସାହୁଙ୍କୁ ଏହି ଦୁଇଟି ଦଳ ବନ୍ଦ କରିଥିବା ଜଣାପଡିଛି । ଟୁକୁନି ସାହୁ କୁଚିଣ୍ଡାକୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିବାକୁ ଯାଇଥିବା ବେଳେ ଏହି ଦୁଇଟି ଦଳ ତାଙ୍କୁ ଡାକବଙ୍ଗଳାରେ ବନ୍ଦ କରି ତାଲା ପକାଇଦେଇଛନ୍ତି। ଡାକବଙ୍ଗଳା ବାହାରେ ଏବେ ନାରାବାଜି ଚାଲୁଥିବା ବେଳେ ଘଟଣାସ୍ଥଳରେ ପୁଲିସ ଏବଂ ଏସଡିପିଓ ଉପସ୍ଥିତ ରହିଛନ୍ତି।

ତେବେ ଆଜିର ବନ୍ଦ ଡାକରାକୁ କୁଚିଣ୍ଡା ବ୍ୟବସାୟୀ ସଂଘ ସମର୍ଥନ ଦେବ ନାହିଁ ବୋଲି କହିଛି । ସ୍ଥାନୀୟ ଧର୍ମଶାଳାରେ ବ୍ୟବସାୟୀ ସଂଘର ଏକ ବୈଠକ ହୋଇଥିଲା। ବୈଠକରେ ଦୀପାବଳୀ ଥିବାରୁ ବନ୍ଦ ଡାକରାକୁ ସମର୍ଥନ ନଦେବାକୁ ନିଷ୍ପତ୍ତି ନିଆଯାଇଥିବା କହିଛି କୁଚିଣ୍ଡା ବ୍ୟବସାୟୀ ସଂଘ ।