କରୋନା ଅପଡେଟ : ୨୪ ଘଣ୍ଟାରେ ୩୬ ହଜାର ଆକ୍ରାନ୍ତ, ୪୮୨ ମୃତ
କରୋନା ଅପଡେଟ : ୨୪ ଘଣ୍ଟାରେ ୩୬ ହଜାର ଆକ୍ରାନ୍ତ, ୪୮୨ ମୃତ
admin
Dec 6, 2020 - 04:57
Updated: Dec 6, 2020 - 04:57
ନୂଆଦିଲ୍ଲୀ : ବିଗତ କିଛି ଦିନ ଧରି ତଳୁଆ ରହିବା ପରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬ ହଜାର ୧୧ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୪୮୨ ଜଣଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ୩୬୦୧୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଲକ୍ଷ ୪୪ ହଜାର ୨୨୨ରେ ପହଞ୍ଚିଛି । ୪୮୨ ନୂତନ ମୃତ୍ୟୁ ସହିତ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୦ ହଜାର ୧୮୨ରେ ପହଞ୍ଚିଛି ।
ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧ ହଜାର ୯୭୦ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ନୂତନ ଆରୋଗ୍ୟଙ୍କୁ ମିଶାଇ ଦେଶରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୮୯ ଲକ୍ଷ ୭୩ ହଜାର ୩୭୩ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ୬୪୪୧ ହ୍ରାସ ଘଟିବା ସହିତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୦୩ ହଜାର ୨୪୮ରେ ପହଞ୍ଚିଛି । ବିଗତ ୨୪ ଘଣ୍ଟା ମଧ୍ୟରେ କେରଳରୁ ସର୍ବାଧିକ ୫୮୪୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ରରୁ ୪୯୨୨ ଏବଂ ଦିଲ୍ଲୀରୁ ୩୪୧୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ସର୍ବାଧିକ ୯୫ ଜଣ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି । ୭୭ ମୃତ୍ୟୁ ସହିତ ଦିଲ୍ଲୀ ଏବଂ ୪୯ ମୃତ୍ୟୁ ସହିତ ପଶ୍ଚିମବଙ୍ଗ ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଛନ୍ତି ।
ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୬୫ ଲକ୍ଷ ଲକ୍ଷ ୨୧ ହଜାର ୬୬୨ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୪ କୋଟି ୨୭ ଲକ୍ଷ ୮୭ ହଜାର ୩୭୪ ଜଣ ସୁସ୍ଥ ହୋଇଥିବା ବେଳେ ୨ କୋଟି ୨୨ ଲକ୍ଷ ୫ ହଜାର ୪୯୪ରେ ପହଞ୍ଚିଛି । ସମୁଦାୟ ମୃତ୍ୟୁ ସଂଖ୍ୟା ୧୫ ଲକ୍ଷ ୨୮ ହଜାର ୭୯୪ରେ ପହଞ୍ଚିଛି ।