କରୋନା ଦ୍ୱିତୀୟ ଢେଉ: ୨୪ ଘଂଟାରେ ଆଜି ରାଜ୍ୟରୁ ୧୯ ଜଣ ଆକ୍ରାନ୍ତ ରୋଗୀଙ୍କ ମୁତୁ୍ୟ

କରୋନା ଦ୍ୱିତୀୟ ଢେଉ: ୨୪ ଘଂଟାରେ ଆଜି ରାଜ୍ୟରୁ ୧୯ ଜଣ ଆକ୍ରାନ୍ତ ରୋଗୀଙ୍କ ମୁତୁ୍ୟ

କରୋନା ଦ୍ୱିତୀୟ ଢେଉ: ୨୪ ଘଂଟାରେ ଆଜି ରାଜ୍ୟରୁ ୧୯ ଜଣ ଆକ୍ରାନ୍ତ ରୋଗୀଙ୍କ ମୁତୁ୍ୟ
ଭୁବନେଶ୍ବର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ ତାଳ ଦେଇ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ସଂଖ୍ୟା ବି ବୃଦ୍ଧି ପାଇବାରେ ଲାଗିଛି । କରୋନା ମହାମାରୀ ମାଡ଼ି ଚାଲିଥିବା ବେଳେ ୧୯ ଜଣ ଆକ୍ରାନ୍ତ ଜୀବନ ବି ହାରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୪୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଓ ଖୋର୍ଦ୍ଧାର ଜିଲ୍ଲାରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଓ ପୁରୀରୁ ୨ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସେହିପରି, ଅନୁୁଗୁଳ, ବଲାଙ୍ଗୀର, କଟକ, ଦେବଗଡ଼, ଗଜପତି, ଝାରସୁଗୁଡ଼ା, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫,୧୨,୪୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ୮୬,୯୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪,୨୩,୨୫୭ ଜଣ କରୋନା ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୧୪୦ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।