କରୋନା ଦ୍ୱିତୀୟ ଢେଉ: ୨୪ ଘଂଟାରେ ଆଜି ରାଜ୍ୟରୁ ୨୨ ଜଣ ଆକ୍ରାନ୍ତ ରୋଗୀଙ୍କ ମୁତୁ୍ୟ

କରୋନା ଦ୍ୱିତୀୟ ଢେଉ: ୨୪ ଘଂଟାରେ ଆଜି ରାଜ୍ୟରୁ ୨୨ ଜଣ ଆକ୍ରାନ୍ତ ରୋଗୀଙ୍କ ମୁତୁ୍ୟ

କରୋନା ଦ୍ୱିତୀୟ ଢେଉ: ୨୪ ଘଂଟାରେ ଆଜି ରାଜ୍ୟରୁ ୨୨ ଜଣ ଆକ୍ରାନ୍ତ ରୋଗୀଙ୍କ ମୁତୁ୍ୟ
ଭୁବନେଶ୍ୱର :ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଆକ୍ରାନ୍ତଙ୍କ ସଂଖ୍ୟା ସହ ତାଳ ଦେଇ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଏହାରି ଭିତରେ ରାଜ୍ୟରେ ରେକର୍ଡ ସଂଖ୍ୟା ୨୨ ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୭୩ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୪ଜଣ. ଅନୁଗୁଳରୁ ୩ଜଣ, କେନ୍ଦ୍ରାପଡା, ରାୟଗଡା, କଳାହାଣ୍ଡି ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ବୌଦ୍ଧ, କଟକ, ଦେବଗଡ, ଗଜପତି, ଗଞ୍ଜାମ ଏବଂ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫ ଲକ୍ଷ ୮୮ ହଜାର ୬୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧ଲକ୍ଷ ୪ ହଜାର ୦୧୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪ ଲକ୍ଷ ୮୨ ହଜାର ୨୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୨୭୩ ଜଣଙ୍କର ମୃତ୍ୟୁ ହୋଇଛି ।