କରୋନା ଦ୍ୱିତୀୟ ଲହର : ୨୪ ଘଂଟାରେ ୮୭୯ ଜଣ ଆକ୍ରାନ୍ତଙ୍କ ମୃତୁ୍ୟ

କରୋନା ଦ୍ୱିତୀୟ ଲହର : ୨୪ ଘଂଟାରେ ୮୭୯ ଜଣ ଆକ୍ରାନ୍ତଙ୍କ ମୃତୁ୍ୟ

କରୋନା ଦ୍ୱିତୀୟ ଲହର : ୨୪ ଘଂଟାରେ ୮୭୯ ଜଣ ଆକ୍ରାନ୍ତଙ୍କ ମୃତୁ୍ୟ
ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହରୀ ଦ୍ରୁତ ଗତିରେ ବଢିଚାଲିଛି । ଦେଶରେ ଆଜି ବି ରେକର୍ଡ ଭାଙ୍ଗିଲା ଦୈନିକ କରୋନା ସଂକ୍ରମଣ । ଆଜି ଦେଶରୁ ୧ ଲକ୍ଷ ୬୧ ହଜାର ୭୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଏବେ କରୋନା ସଂଖ୍ୟା ବୃଦ୍ଧି ପାଇବାକୁ ଲାଗିଛି । ନୂଆ ଷ୍ଟ୍ରେନ ଯୋଗୁ ଦେଶର ଜନ ସାଧାରଣ ଭୟଭିତ ହୋଇଯାଇଛନ୍ତି । ପ୍ରତିଦିନ କରୋନା ସଂଖ୍ୟା ଦେଶରେ ବଢିବାରେ ଲାଗିଛି । କରୋନା ଯୋଗୁଁ ମହାରାଷ୍ଟ୍ରରେ ପ୍ରାୟ ଜିଲ୍ଲାରେ ଲକଡାଉନ ଘୋଷଣା କରାଯାଇଛି । କରୋନା ପାଇଁ ସରକାରଙ୍କ ପକ୍ଷରୁ ଅନେକ ସଚେତନତା ପଦକ୍ଷେପ ନିଆଯାଉଛି । ତଥାପି ଦେଶରେ କରୋନା ସଂଖ୍ୟା କମିବାର ନାଁ ଧରୁନି । ଆମ ଦେଶରେ ଅନେକ ସହରରେ ନାଇଟକର୍ଫୁ ଲାଗିଲାଣି । ଆଜି ଆମ ଦେଶରେ ଗୋଟିଏ ଦିନରେ ୧ ଲକ୍ଷ ୬୧ ହଜାର ୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୮୭୯ ଜଣ ମୃତୁ୍ୟବରଣ କରିଛନ୍ତି । ସେହିପରି ଦେଶରେ ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୭୧ ହଜାର ୫୮ କୁ ବୃଦ୍ଧି ପାଇଛି । ବର୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୬ ଲକ୍ଷ ୮୯ ହଜାର ୪୫୩ ରେ ପହଂଚିଛି । ଦେଶରେ ୧୨ ଲକ୍ଷ ୬୪ ହଜାର ୬୯୮ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି । ସେହପିରି ୧ କୋଟି ୨୨ ଲକ୍ଷ ୫୩ ହଜାର ୬୯୭ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୧୦ କୋଟି ୮୫ ଲକ୍ଷ ୩୩ ହଜାର ୦୮୫ ଜଣ ଟିକା ନେଇ ସାରିଲେଣୀ । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛ ।