କରୋନା ଦ୍ୱିତୀୟ ଲହରୀ : ଆଜି ଦେଶରୁ ଗୋଟିଏ ଦିନରେ ୩୯୮୦ ଜଣଙ୍କ ମୃତୁ୍ୟ

କରୋନା ଦ୍ୱିତୀୟ ଲହରୀ : ଆଜି ଦେଶରୁ ଗୋଟିଏ ଦିନରେ ୩୯୮୦ ଜଣଙ୍କ ମୃତୁ୍ୟ

କରୋନା ଦ୍ୱିତୀୟ ଲହରୀ : ଆଜି ଦେଶରୁ ଗୋଟିଏ ଦିନରେ ୩୯୮୦ ଜଣଙ୍କ ମୃତୁ୍ୟ
ନୂଆଦିଲ୍ଲୀ: କରୋନା ଭାଇରସର ଦ୍ୱିତୀୟ ଲହରୀ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ଦେଶରେ କରୋନାର ଦ୍ୱିତୀୟ ଲହରୀ ଦ୍ରୁତ ଗତିରେ ବଢିଚାଲିଛି । ଏଭଳି ସ୍ଥିତି ଆଉ କେତେ ଦିନ ରହିବ ଓ ଆଗକୁ କଣ ହେବ ତାଙ୍କୁ ନେଇ ଲୋକମାନେ ଆଶା ଓ ଆଶଙ୍କାରେ ରହିଛନ୍ତି । ଆଜି ଦେଶରୁ ୪ ଲକ୍ଷ ୧୨ ହଜାର ୨୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଏବେ କରୋନା ସଂଖ୍ୟା ବୃଦ୍ଧି ପାଇବାକୁ ଲାଗିଛି । ନୂଆ ଷ୍ଟ୍ରେନ ଯୋଗୁ ଦେଶର ଜନ ସାଧାରଣ ଭୟଭିତ ହୋଇଯାଇଛନ୍ତି । ପ୍ରତିଦିନ କରୋନା ସଂଖ୍ୟା ଦେଶରେ ବଢିବାରେ ଲାଗିଛି । କରୋନା ପାଇଁ ସରକାରଙ୍କ ପକ୍ଷରୁ ଅନେକ ସଚେତନତା ପଦକ୍ଷେପ ନିଆଯାଉଛି । ତଥାପି ଦେଶରେ କରୋନା ସଂଖ୍ୟା କମିବାର ନାଁ ଧରୁନି । ଆମ ଦେଶରେ ଅନେକ ସହରରେ ନାଇଟକର୍ଫୁ ଲାଗିଲାଣି । ଆଜି ଆମ ଦେଶରେ ଗୋଟିଏ ଦିନରେ ୪ ଲକ୍ଷ ୧୨ ହଜାର ୨୬୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୩୯୮୦ ଜଣ ମୃତୁ୍ୟବରଣ କରିଛନ୍ତି । ସେହିପରି ଦେଶରେ ମୋଟ୍ ମୃତୁ୍ୟ ସଂଖ୍ୟା ୨ ଲକ୍ଷ ୩୦ ହଜାର ୧୬୮ କୁ ବୃଦ୍ଧି ପାଇଛି । ବର୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୧୦ ଲକ୍ଷ ୭୭ ହଜାର ୪୧୦ ରେ ପହଂଚିଛି । ଦେଶରେ ୩୫ ଲକ୍ଷ ୬୬ ହଜାର ୩୯୮ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି । ସେହପିରି ୧ କୋଟି ୭୨ ଲକ୍ଷ ୮୦ ହଜାର ୮୪୪ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୧୬ କୋଟି ୨୫ ଲକ୍ଷ ୧୩ ହଜାର ୩୩୯ ଜଣ ଟିକା ନେଇ ସାରିଲେଣୀ । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛ । ।