କରୋନା ନେଲା ଆଉ ୧୭ ଜୀବନ

କରୋନା ନେଲା ଆଉ ୧୭ ଜୀବନ

କରୋନା ନେଲା ଆଉ ୧୭ ଜୀବନ
ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ ତାଳ ଦେଇ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ସଂଖ୍ୟା ମଧ୍ୟ ଧୀରେ ଧୀରେ ବଢିବାରେ ଲାଗିଛି । ଗୁରୁବାର ରାଜ୍ୟରେ ପୁଣି ୧୭ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ସେହିପରି ନୟାଗଡ଼ ଓ କଟକରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଏହାଛଡ଼ା ପୁରୀ, ରାୟଗଡ଼ା, ଅନୁଗୁଳ, ଭଦ୍ରକ, ବଲାଙ୍ଗୀର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଫଳରେ ଆଜି ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି । ପ୍ରକାଶ ଯେ, ରାଜ୍ୟରେ ଆଉ ୩୬୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୨୧୧୮ଜଣ ଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୧୪୯୭ ଜଣ ଆକ୍ରାନ୍ତ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୨୨ ହଜାର ୭୩୪ରେ ପହଞ୍ଚିଛି । ଏହାଛଡ଼ା ଆକ୍ଟିଭ କେସ ୩୬ ହଜାର ୧୨୨ଥିବାବେଳେ ସୁସ୍ଥଙ୍କ ସଂଖ୍ୟା ୧ ଲକ୍ଷ ୮୫ ହଜାର ୭୦୦ରେ ପହଞ୍ଚିଛି ।