କରୋନା ନେଲା ଆଉ ୫ ଜଣଙ୍କ ଜୀବନ ।

କରୋନା ନେଲା ଆଉ ୫ ଜଣଙ୍କ ଜୀବନ ।

କରୋନା ନେଲା ଆଉ ୫ ଜଣଙ୍କ ଜୀବନ ।
କରୋନା ନେଲା ଆଉ ୫ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୩୪ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ୫ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ରହିଛନ୍ତି । ଫଳରେ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୨୦କୁ ବୃଦ୍ଧି ପାଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୭କୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରେ ୪, ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ, ଅନୁଗୋଳ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।