କରୋନା ମୁକାବିଲା : ଔଷଧ ଓ ମେଡିକାଲ ଯନ୍ତ୍ରାଂଶ ଯୋଗାଉଥିବା ସଂସ୍ଥାମାନଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା ।

କରୋନା ମୁକାବିଲା : ଔଷଧ ଓ ମେଡିକାଲ ଯନ୍ତ୍ରାଂଶ ଯୋଗାଉଥିବା ସଂସ୍ଥାମାନଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା ।

କରୋନା ମୁକାବିଲା : ଔଷଧ ଓ ମେଡିକାଲ ଯନ୍ତ୍ରାଂଶ ଯୋଗାଉଥିବା ସଂସ୍ଥାମାନଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା ।
ଭୁବନେଶ୍ୱର: କରୋନା ମୁକାବିଲା ଲାଗି ରାଜ୍ୟ ସରକାର ବିଭିନ୍ନ ସ୍ତରରେ ଉଦ୍ୟମ ଜାରି ରଖିଛନ୍ତି । ଓଡ଼ିଶା ରାଜ୍ୟ ଔଷଧ ନିଗମକୁ ଔଷଧ ଓ ମେଡିକାଲ ଯନ୍ତ୍ରାଂଶ ଯୋଗାଉଥିବା ସଂସ୍ଥାମାନଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି । ସପ୍ତାହକ ଭିତରେ ଔଷଧ ଓ ମେଡିକାଲ ଯନ୍ତ୍ରାଂଶ ଯୋଗାଣ ପାଇଁ ୫୦ ପ୍ରତିଶତ, ୧୫ ଦିନ ମଧ୍ୟରେ ଯୋଗାଣ ପାଇଁ ୨୫ ପ୍ରତିଶତ ଓ ୧ ମାସ ଭିତରେ ଯୋଗାଣ ପାଇଁ ୧୦ ପ୍ରତିଶତ ଅତିରିକ୍ତ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ । ଅନୁରୂପ ଭାବେ ଉପକରଣ ପରିବହନ ବାବଦରେ ସମସ୍ତ ଖର୍ଚ୍ଚ ସମେତ ପ୍ରାପ୍ୟ ୨୪ ଘଣ୍ଟା ମଧ୍ୟରେ ପ୍ରଦାନ କରାଯିବ ବୋଲି ରାଜ୍ୟ ସରକାର ସୁନିଶ୍ଚିତ କରିଥିବା କହିଛନ୍ତି କୋଭିଡ-୧୯ ପାଇଁ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ । ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ବାଗଚୀ କହିଲେ ଯେ ରାଜ୍ୟରେ କୋଭିଡ-୧୯ କୁ ନିୟନ୍ତ୍ରଣ କରିବା ପାଇଁ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩୦ କୋଟି ଟଙ୍କା ପ୍ରତ୍ୟେକ ଜିଲ୍ଲା ରେଡକ୍ରସ ପାଣ୍ଠିକୁ ପ୍ରଦାନ କରାଯାଇଛି । କୋଭିଡ-୧୯ ସଂକ୍ରମଣକୁ ପ୍ରତିରୋଧ କରିବା ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କୁ ଓଡ଼ିଶା ଖଣି ନିଗମ ୫ ଶହ କୋଟି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରିଛି । ତେଣୁ ଓଡ଼ିଶାର ଶିଳ୍ପଦ୍ୟୋଗ ଗୁଡ଼ିକୁ ଆବଶ୍ୟକ ମେଡିକାଲ ଉପକରଣ ଯଥା ପୋର୍ଟେବୁଲ ଭେଣ୍ଟିଲେଟର, ମାସ୍କ ଓ ସାନିଟାଇଜର ଇତ୍ୟାଦି ପ୍ରଦାନ କରିବାକୁ ରାଜ୍ୟ ସରକାର ଅନୁରୋଧ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଇଫକୋ ତରଫରୁ ଏ ଦିଗରେ ପ୍ରଥମ ପଦକ୍ଷେପ ସ୍ୱରୂପ ଆବଶ୍ୟକ ମେଡିକାଲ ଉପକରଣ ଯୋଗାଇ ଦିଆଯାଇଛି । ଏହି ସମ୍ବାଦିକ ସମ୍ମିଳନୀରେ ସୂଚନା ଓ ଲୋକସମ୍ପର୍କ ବିଭାଗର ସଚିବ ସଞ୍ଜୟ ସିଂହ ମଧ୍ୟ ଉପସ୍ଥିତ ଥିଲେ ।