କରୋନାରେ ପୀଡିତ ବିଜୟଶ୍ରୀଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

କରୋନାରେ ପୀଡିତ ବିଜୟଶ୍ରୀଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

କରୋନାରେ ପୀଡିତ ବିଜୟଶ୍ରୀଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ନେତା କି ଅଭିନେତା, ଧନୀ କି ଗରିବ କାହାକୁ କରୋନା ଛାଡ଼ୁନାହିଁ । ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ବିଜୟଶ୍ରୀ ରାଉତରାୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ଏନେଇ ଜଣାପଡ଼ିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ପୂର୍ବରୁ ବହୁ ରାଜନେତା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।