କଳାବଜାରୀ ରୋକିବା ପାଇଁ ଚଢ଼ଉ ନିର୍ଦ୍ଦେଶକ

କଳାବଜାରୀ ରୋକିବା ପାଇଁ ଚଢ଼ଉ ନିର୍ଦ୍ଦେଶକ

କଳାବଜାରୀ ରୋକିବା ପାଇଁ ଚଢ଼ଉ ନିର୍ଦ୍ଦେଶକ
ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ଓ ନିରାକରଣକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଭାରତ ସରକାରଙ୍କ ଖାଉଟି ବ୍ୟାପାର ମନ୍ତ୍ରାଳୟର ନିର୍ଦ୍ଦେଶ ତଥା ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ୧୯୫୫ ଅନୁଯାୟୀ ଅତ୍ୟାବଶ୍ୟକ ସାମଗ୍ରୀ ଭାବେ ଘୋଷଣା କରାଯାଇଛି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଏ ନେଇ ସବୁ ଜିଲ୍ଲାପାଳଙ୍କୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ନେଇ ଭୁବନେଶ୍ୱର ସମେତ କେତେକ ସ୍ଥାନରେ ଚଢ଼ଉ କରାଯାଇଥିବା ବେଳେ ଏହାକୁ ଜୋରଦାର କରାଯିବ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ ଜିଲ୍ଲା ଗୁଡ଼ିକରେ ଏହାକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରିବା ପାଇଁ ଚଢ଼ଉ ସ୍କ୍ୱାର୍ଡ ଅଧିକାରୀଙ୍କୁ ନିୟୋଜିତ କରିବା ପାଇଁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହିତ ସ୍ୱାସ୍ଥ୍ୟ ଓ ପରିବେଶ କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳମାନଙ୍କୁ ଏ ଦିଗରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ପତ୍ର ମାଧ୍ୟମରେ ଲେଖାଯାଇଛି । ଏହି ନିର୍ଦ୍ଦେଶନାମା ଆସନ୍ତା ଜୁନ୍ ୩୦ ପର୍ଯ୍ୟନ୍ତ ବଳବତ୍ତର ରହିବ । ମାସ୍କ ଓ ହ୍ୟାଣ୍ଡକଳାବଜାରୀ ରୋକିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।