କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : କଳାହାଣ୍ଡିରେ ପହଁଚି ସାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହେଲିପ୍ୟାଡ଼ରେ ଓହ୍ଲାଇବା ପରେ କାରରେ ସେ ସଭାସ୍ଥଳରେ ପହଁଚିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଆଖିଆଗରେ ରଖି କଡ଼ା ସୁରକ୍ଷାର ବ୍ୟବସ୍ଥା କରାଯାଇଛି । ସେଠାରେ ୩୦ ପ୍ଲାଟୁନ ପୁଲିସ ମୁତୟନ କରାଯାଇଛନ୍ତି । କଳହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ କନକପୁର ଅସ୍ଥାୟୀ ହେଲିପ୍ୟାଡ଼ରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଅବତରଣ କରିଥିଲେ । ସଭା ସ୍ଥଳରେ ପହଁଚି ୨୦୮୫ କୋଟିରୁ ଉଦ୍ଧ୍ୱର୍ ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରାଯିବ । ଏହି କାର୍ଯ୍ୟକ୍ରମର ସିଧାସଳଖ ପ୍ରସାରଣ ସମସ୍ତ ପଂଚାୟତରେ ଟିଭି ସ୍କି୍ରନରେ ଦେଖିବାର ବ୍ୟବସ୍ଥା କରାଯାଇଛି । ଏହି କାର୍ଯ୍ୟକ୍ରମରେ ବିଜେଡ଼ିର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ଜିଲ୍ଲା ବିଜେଡ଼ି ସଭାପତି ପୁଷ୍ପେନ୍ଦ୍ର ସିଂହଦେଓଙ୍କ ସମେତ ବହୁ ମନ୍ତ୍ରୀ ଓ ବିଧାୟକ ସଭାସ୍ଥଳକୁ ଯାଇ ପ୍ରସ୍ତୁତି ତଦାରଖ କରିବେ । ସେହିପରି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କୋଭିଡ଼ ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି । ୨୫ ଶହ କୋଭିଡ଼ ନେଗେଟିଭ ଥିବା ଲୋକ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ।