କାଳବୈଶାଖୀ : ଆସନ୍ତା ୪ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ-ୱାର୍ଣ୍ଣିଂ ଜାରି

କାଳବୈଶାଖୀ : ଆସନ୍ତା ୪ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ-ୱାର୍ଣ୍ଣିଂ ଜାରି

କାଳବୈଶାଖୀ : ଆସନ୍ତା ୪ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ-ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : କାଳବୈଶାଖୀ ଜନିତ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆସନ୍ତା ୪ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ-ୱାର୍ଣ୍ଣିଂ ଜାରି କରିଛି । ଅପରପକ୍ଷେ କୌଣସି ଅଘଟଣ ପାଇଁ ସତର୍କ ରହିବା ଓ ଆବଶ୍ୟକ ପ୍ରସ୍ତୁତି ସାରିବାକୁ ସ୍ୱତନ୍ତ୍ର ରିଲିଫ କମିସନ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି । କେନ୍ଦ୍ରର ସୂଚନା ମୁତାବକ, ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଜପତି, ସମ୍ବଲପୁର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏଣୁ କେନ୍ଦ୍ର ଏହି ୧୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିପରି ୮ ତାରିଖ ଦିନ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ସମ୍ବଲପୁର, ବୌଦ୍ଧ, କନ୍ଧମାାଳ, ଗଜପତି, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ୯ ତାରିଖ ଦିନ ବାଲେଶ୍ୱର, ଭଦ୍ରକ, ଯାଣଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ଏବଂ ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏଣୁ ଏ ସବୁ ଜିଲ୍ଲାରେ ସତର୍କ ନଜର ରଖିବା ପାଇଁ ଜିଲ୍ଲାପାଳମାନଙ୍କ ଏସଆରସି ପରାମର୍ଶ ଦେଇଛନ୍ତି ।