କାହାକୁ ଅରେଞ୍ଜ ଓ କାହାକୁ ୟେଲୋ ୱାର୍ଣ୍ଣି ଜାଣନ୍ତୁ
କାହାକୁ ଅରେଞ୍ଜ ଓ କାହାକୁ ୟେଲୋ ୱାର୍ଣ୍ଣି ଜାଣନ୍ତୁ
admin
Aug 18, 2019 - 11:03
Updated: Aug 18, 2019 - 11:03
ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଆଖପାଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ୨ ଦିନ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲ୍ଲାକୁ ଅରେଞ୍ଜ ଓ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।
୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେଗୁଡ଼ିକ ହେଲା କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ ଝାରସୁଗୁଡ଼ା । ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ବାଲେଶ୍ୱର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ,ବୌଦ୍ଧ, କଟକ, ଗଜପତି, ଗଞ୍ଜାମ, କୋରାପୁଟ, ବଲାଙ୍ଗୀର, ସୋନପୁର, ବରଗଡ଼, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ଅବସରରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଜିଲ୍ଲ