କୋଲ ସ୍କାମ୍‌ରେ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ : ଅକ୍ଟୋବର ୧୪ରେ ଦଣ୍ଡ ଘୋଷଣା

କୋଲ ସ୍କାମ୍‌ରେ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ : ଅକ୍ଟୋବର ୧୪ରେ ଦଣ୍ଡ ଘୋଷଣା

କୋଲ ସ୍କାମ୍‌ରେ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ : ଅକ୍ଟୋବର ୧୪ରେ ଦଣ୍ଡ ଘୋଷଣା
ଭୁବନେଶ୍ବର : କୋଲ୍‌ ସ୍କାମ୍‌ରେ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଦିଲ୍ଲୀର ଏକ କୋର୍ଟ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ।ବାଜେପୟୀ ସରକାରରେ କୋଇଲା ରାଷ୍ଟ୍ରମନ୍ତ୍ରୀ ରହିଥିଲେ ଦିଲ୍ଲୀପ ରାୟ । ୧୯୯୯ ଝାଡଖଣ୍ଡର ଏକ କୋଇଲା ଖଣି ଆବଣ୍ଟନରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଦିଲ୍ଲୀପ ରାୟ । କୋଇଲା ଖଣି ଆବଣ୍ଟନରେ ଦୁର୍ନୀତି ହୋଇଥିବାର କହିଛନ୍ତି କୋର୍ଟ । ଅପରାଧିକ ଷଡଯନ୍ତ୍ର ଓ ଅନ୍ୟାନ୍ୟ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଦିଲ୍ଲୀପ ରାୟ । ଦିଲ୍ଲୀପଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ସ୍ପେଶାଲ୍‌ କୋର୍ଟ ଜଜ ପରାଶର । ଅକ୍ଟୋବର ୧୪ରେ ଦଣ୍ଡ ବିଧାନ ହେବ ।