କୋଭିଡ ଗାଇଡଲାଇନ ପାଳନ ନେଇ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବଙ୍କୁ ଚିଠି

କୋଭିଡ ଗାଇଡଲାଇନ ପାଳନ ନେଇ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବଙ୍କୁ ଚିଠି

କୋଭିଡ ଗାଇଡଲାଇନ ପାଳନ ନେଇ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବଙ୍କୁ ଚିଠି
ଭୁବନେଶ୍ୱର: ମହାରାଷ୍ଟ୍ର ସମେତ ଅନ୍ୟ କେତେକ ରାଜ୍ୟରେ କୋଭିଡ୍‌ ସଂକ୍ରମଣ ବ୍ୟାପିବା ଘଟଣା ସାମ୍‌ନାକୁ ଆସିବା ପରେ ଓଡ଼ିଶା ସରକାର ପୁଣିଥରେ ତତ୍ପର ହୋଇଛନ୍ତି। ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ନିୟମ କୋହଳ କରି ଲୋକଙ୍କ ଜୀବନଜୀବିକା ପାଇଁ ବଜାର, ହାଟ ଓ ଶିକ୍ଷାନୁଷ୍ଠାନ ଆଦି ସରକାର ଖୋଲି ଦେଇଥିଲେ। ଏବେ ଆଉଥରେ ସାନି ସଂକ୍ରମଣ ବ୍ୟାପିଲେ ସ୍ଥିତିକୁ ବିଗାଡ଼ି ଦେଇପାରେ। ଏହାରି ଭିତରେ କୋଭିଡ ଗାଇଡଲାଇନ ପାଳନ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି । ଏନେଇ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ସମସ୍ତ ଡିଇଓଙ୍କୁ ଚିଠି ଲେଖିଛନ୍ତି । ଗତକାଲି ଏସଆରସି ଜାରି କରିଥିବା ଗାଇଡଲାଇନ ପାଳନ ପାଇଁ ଉକ୍ତି ଚିଠିରେ ନିଦେ୍ର୍ଧଶ ଦିଆଯାଇଛି । ସ୍କୁଲଗୁଡ଼ିକରେ ସାନିଟେସନ କାର୍ଯ୍ୟ କରାଇବାକୁ ନିଦେ୍ର୍ଧଶ ଦିଆଯାଇଛି । କୋଭିଡ-୧୯ ନିରାପତ୍ତା ମାନିବା ପାଇଁ ଶିକ୍ଷକମାନଙ୍କୁ ନିଦେ୍ର୍ଧଶ ଦିଆଯାଇଛି । ମାସ୍କ ପିନ୍ଧିବା ଓ ସାମାଜିକ ସୂରତ୍ୱକୁ ବାଧ୍ୟତାମୂଳକ କରାଯାଇଛି । । ଥର୍ମାଲ ସ୍କ୍ରିନିଂ, ହ୍ୟାଣ୍ଡ ୱାସ ଓ ସାନିଟାଇଜର ବ୍ୟବହାରକୁ ମଧ୍ୟ ବାଧ୍ୟତାମୂଳକ କରାଯାଇଛି । ସବୁଠୁ ବଡ଼ କଥା ହେଲା ଯେ, ଏଣିକି ସ୍କୁଲରେ ପାଠପଢା ବ୍ୟତୀତ ଅନ୍ୟ ସମସ୍ତ କାର୍ଯ୍ୟକ୍ରମ କରାଯିବାକୁ ମନା କରାଯାଇଛି । କରୋନା କଟକଣା ନମାନିଲେ ଗାଇଡଲାଇନ ଅନୁସାରେ ଦଣ୍ଡବିଧାନ କରାଯିବ ବୋଲି ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ସମସ୍ତ ଡିଇଓଙ୍କୁ ଲେଖିଥିବା ଚିଠିରେ ଉଲ୍ଲେଖ ରହିଛି ।