କୋରେଇ ଷ୍ଟେସନରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଃଖ ପ୍ରକାଶ କଲେ ନବୀନ
କୋରେଇ ଷ୍ଟେସନରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଃଖ ପ୍ରକାଶ କଲେ ନବୀନ
ଯାଜପୁର: ଯାଜପୁର ଜିଲ୍ଲା କୋରେଇ ଷ୍ଟେସନରେ ଆଜି ସକାଳୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ ମାଲବାହୀ ଟ୍ରେନ୍ ଲାଇନ୍ଚ୍ୟୁତ୍ ହେବାରୁ ୮ ବଗି ଯାତ୍ରୀ ବିଶ୍ରାମାଗାରମ ଭିତରକୁ ପଶି ଯାଇଥିଲା। ଫଳରେ କ୍ଷଣକ ମଧ୍ୟରେ ଯାତ୍ରୀ ବିଶ୍ରାମାଗାରଟି ତାସ ଘର ପରି ଭୁଶୁଡ଼ି ପଡ଼ିଥିବା ବେଳେ ଟ୍ରେନ୍ ବଗି ତଳେ ଚାପି ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଥିବା ବେଳେ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଇଛି। ଏହି ଦୁର୍ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏନେଇ ସେ ଟ୍ୱିଟ କରି କହିଛନ୍ତି, ଯାଜପୁର କୋରେଇ ଷ୍ଟେଶନରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇ ଦୁର୍ଘଟଣା ଖବର ଅତ୍ୟନ୍ତ ଦୁଃଖଦାୟକ । ଏଥିରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
ପ୍ରତ୍ୟକ୍ଷଦର୍ଶୀଙ୍କ ସୂତ୍ରରୁ, ମାଲବାହୀ ଟ୍ରେନ୍ଟି ଆଜି ସକାଳ ପ୍ରାୟ ୬ଟା ୪୦ ମିନିଟ୍ରେ କୋରେଇ ଷ୍ଟେସନରେ ପଶିଥିଲା। ଟ୍ରେନ୍ଟି ଦ୍ରୁତ ଗତିରେ ଥିବା ବେଳେ ବଗିଗୁଡ଼ିକ ମଧ୍ୟରୁ ପ୍ରାୟ ୪ ବଗି ଯାତ୍ରୀ ବିଶ୍ରାମାଗାଗ ଉପରକୁ ମାଡ଼ି ଯାଇଥିଲା।
ଉକ୍ତ ସମୟରେ ସେଠାରେ ବହୁ ଲୋକ ବିଶ୍ରାମ ନେଉଥିବା ବେଳେ ବହୁ ଲୋକ ଟ୍ରେନ୍କୁ ଅପେକ୍ଷା କରି ଛିଡ଼ା ହୋଇଥିଲେ। ଟ୍ରେନ୍ଟି ମାଡ଼ି ଆସିବା ଦେଖି ବହୁ ଲୋକ ଛତ୍ରଭଙ୍ଗ ଦେଖି ସେଠାରୁ ଦୌଡ଼ି ପଳାଇଥିଲେ। ମାତ୍ର ଟ୍ରେନ୍ ବଗି ତଳେ ଚାପି ହୋଇ ୩ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି।