ଚତୁର୍ଥ ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ୫୪ ପ୍ରାର୍ଥୀ

ଚତୁର୍ଥ ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ୫୪ ପ୍ରାର୍ଥୀ

ଚତୁର୍ଥ ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ୫୪ ପ୍ରାର୍ଥୀ
ଭୁବନେଶ୍ୱର : ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ବିଧାନସଭା ଆସନ ନିମନ୍ତେ ୧୭ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ୧ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଚତୁର୍ଥ ପର୍ଯ୍ୟାୟର ୪୨ଟି ବିଧାନସଭା ଆସନ ପାଇଁ ସର୍ବମୋଟ ୪୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ୬ଗୋଟି ଲୋକସଭା ଆସନ ପାଇଁ ସର୍ବମୋଟ ୫ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ପରି·ଳନା କରିବା ନିମନ୍ତେ ବର୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୭୯୫୬ ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି । ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୪୧୦୩୯ ଜଣଙ୍କୁ ଅଟକ ରଖାଯାଇଛି । ୪୭୪୪ ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଅ ।ଯାଇଛି । ଲାଇସେନ୍ସ ନଥିବା ୧୯୮ଟି ଅସ୍ତ୍ରଶସ୍ତ୍ର ଏବଂ ୧୨୩୦.୦୩୨ କିଲୋଗ୍ରାମ ବିସ୍ଫୋରକ ଦ୍ରବ୍ୟ ଜବତ କରାଯାଇଛି । ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୋଲିସ ସହାୟତାରେ ପ୍ରାୟ ୧୦୨୬୧୮.୬୨ ବଲ୍କ ଲିଟର ମଦ ଜବତ କରାଯାଇଛି ଯାହାର ଆନୁମାନିକ ମୂଲ୍ୟ ୩ କୋଟି ୧୬ ଲକ୍ଷ ୯୭ ହଜାର ୩୬୯ ଟଙ୍କା । ଆଜି ସୁଦ୍ଧା ରାଜ୍ୟରେ ଫ୍ଲାଇଂ ସ୍କ୍ୱାଡ୍ ଏବଂ ପୋଲିସ୍ ଦ୍ୱାରା ୧ କୋଟି ୯୬ ଲକ୍ଷ ୮୧ ହଜାର ୨୦୦ ଟଙ୍କା ଜବତ କରାଯାଇଛି । ଆଦର୍ଶ ଆଚରଣ ବିଧି ଉଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୨୭ ଲକ୍ଷ ୫୫ ହଜାର ୬୧୦ଟି ହୋର୍ଡିଂ, ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି । ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍ ଭାବେ ଲାଗିଥିବା ୨ ଲକ୍ଷ ୪୧ ହଜାର ୯୭୭ଟି ହୋର୍ଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି । ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ ନଂ ୦୬୭୪-୨୩୯୫୦୧୫କୁ ବର୍ତମାନ ସୁଦ୍ଧା ୫୯୮ଟି କଲ୍ କରାଯାଇ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ବା ସୂଚନା ମିଳିଛି । ଆଜି ପର୍ଯ୍ୟନ୍ତ ଓଡ଼ିଶାରେ ସି-ଭିଜିଲ୍ ଆପ୍ ମାଧ୍ୟମରେ ୭୧୯ ଟି ଅଭିଯୋଗ ଗ୍ରହଣ କରାଯାଇଥିବାବେଳେ ସେଥି ମଧ୍ୟରୁ ୬୧୪ଟି ଅଭିଯୋଗର ସମାଧାନ କରାଯାଇଛି ।