ଜୁଲାଇ ୧୬ରେ ଛଅ ରାଜ୍ୟର କୋଭିଡ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ, ବୈଠକରେ ଯୋଗ ଦେବେ ନବୀନ

ଜୁଲାଇ ୧୬ରେ ଛଅ ରାଜ୍ୟର କୋଭିଡ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ, ବୈଠକରେ ଯୋଗ ଦେବେ ନବୀନ

ଜୁଲାଇ ୧୬ରେ ଛଅ ରାଜ୍ୟର କୋଭିଡ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ, ବୈଠକରେ ଯୋଗ ଦେବେ ନବୀନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୬ ତାରିଖରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର, ତାମିଲନାଡୁ ଓ କେରଳ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ । ଭର୍ଚୁଆଲ ବୈଠକ ଜରିଆରେ ରାଜ୍ୟମାନଙ୍କ କରୋନା ସ୍ଥିତି ଉପରେ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ସାରାଦେଶରେ ଚର୍ଚ୍ଚା ଚାଲିଥିବା ବେଳେ ଏହାର ମୁକାବିଲା ଓ ବର୍ତ୍ତମାନର ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଉପରୋକ୍ତ ଛଅ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଲୋଚନା କରିବାର ସମ୍ଭାବନା ରହିଛି । ପ୍ରଧାନମନ୍ତ୍ରୀ ମୋଦି ଉତ୍ତର-ପୂର୍ବ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କରୋନା ସ୍ଥିତି ନେଇ ଆଲୋଚନା କରିଥିଲେ ।